33.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଚାଲିଗଲା ୧୧ଜୀବନ, ୪ ଗୁରୁତର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଚାଲିଗଲା ୧୧ଜୀବନ, ୪ ଗୁରୁତର

ମୁଜାଫରପୁର : ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୧ଜଣଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି, ବିହାରର ମୁଜାଫରପୁର ସ୍ଥିତ କାଣ୍ଟିରେ । ଟ୍ରାକ୍ଟର ଓ ସ୍କୁର୍ପିଓ ମଧ୍ୟରେ ଦୁର୍ଘଟଣା ଘଟି ୧୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଅଛନ୍ତି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛ ।
ସୂଚନା ଅନୁଯାୟୀ, ଆଜ କାଣ୍ଟି ଥାନା ଟରମା ଚୌକ ଦେଇ ଯାଇଥିବା ସ୍କର୍ପିଓକୁ ଟ୍ରାକ୍ଟର ଧକ୍କା ଦେଇଥିଲା । ଦୁଇ ଗାଡି ମଧ୍ୟରେ ବହୁ ଜୋରରେ ଧକ୍କା ହୋଇଥିଲା । ଦୁର୍ଘଟଣା ପରେ ଘଟଣାସ୍ଥଳରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଆଉ ୪ଜଣଙ୍କ ମୃତ୍ୟୁ ହୋଇଯାଇଛି । ତେବେ ଦୁର୍ଘଟଣାରେ ସମୁଦାୟ ୧୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଅଛନ୍ତି । ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଯାଞ୍ଚ ଜାରି ରଖିଛି । ମୃତକ ମୁଜାଫରପୁର ଜିଲ୍ଲା ହଥୋଡିର ବାସିନ୍ଦା ବୋଲି ଜଣାପଡିଛି । ତେବେ ବର୍ତ୍ତମାନ ସୁଦ୍ଧା ସେମାନଙ୍କ ପରିଚୟ ମିଳିପାରି ନାହିଁ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking