25.1 C
Bhubaneswar
Monday, October 21, 2024
Homeଓଡିଶାବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୧୫ ଆହତ, ୪ ଗୁରୁତର

ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୧୫ ଆହତ, ୪ ଗୁରୁତର

ବୌଦ୍ଧ: ଯାତ୍ରୀବାହୀ ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୫ ଜଣ ଆହତ ହୋଇଛନ୍ତି। ପୁରୁଣାକଟକ ଥାନା ଚାରିଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା। ଆହତମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ବୌଦ୍ଧ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି। ସାହିଲ’ ନାମକ ଘରୋଇ ବସ୍‌ଟି ଗତକାଲି ରାତିରେ ପ୍ରାୟ ୪୦ ଯାତ୍ରୀଙ୍କୁ ନେଇ ବଡମ୍ବାରୁ ବଲାଙ୍ଗୀର ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାର ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking