31.1 C
Bhubaneswar
Friday, March 29, 2024
Homeଓଡିଶାଟ୍ରକ୍-କାର୍ ମୁହାଁ ମୁହିଁ ଧକ୍କା : ୨ ମୃତ

ଟ୍ରକ୍-କାର୍ ମୁହାଁ ମୁହିଁ ଧକ୍କା : ୨ ମୃତ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ଯୁଯୁମୁରା ଥାନା ୫୫ ନଂ ଜାତୀୟ ରାଜପଥ କୟାକୁଦ ନିକଟରେ ଟ୍ରକ – କାର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିଲା ବେଳେ ଆଉ ଜଣେ ଗୁରୁତର ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ରାଉରକେଲା ଛେଣ୍ଡ ଅଞ୍ଚଳର ୪ଜଣ ଏକ ବ୍ରିଜା କାର(ଓଡି ୦୨ ଏକ୍ୟୁ ୭୦୪୯)ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ(କେଏ ୨୫ ବି ୮୫୦୧) ସହ ମୁହାଁ ମୁହିଁ ହୋଇଥିଲେ। ଖବର ପାଇ ଯୁଯୁମୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ପ୍ରଥମେ ଯୁଯୁମୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଆଉ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ପରିଚୟ ମିଳି ପାରିନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking