ବଣାଇ : ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ ଡ଼େଙ୍ଗୁଳା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ଘଟିଛି । ଏହି ଦୁର୍ଘଟଣାରରେ ୨ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ଘର ଝାଡ଼ଖଣ୍ଡ କିରିବୁରୁ ଅଞ୍ଚଳରେ ବୋଲି ସୂଚନା ମିଳିଛି ।
ସୂଚନା ଅନୁଯାୟୀ, ଏକ ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଆସି କାର ଯୋଗେ ଶୁକ୍ରବାର ବିଳମ୍ବିତ ରାତିରେ ଝାଡ଼ଖଣ୍ଡ ଫେରୁଥିଲେ । ଏହି ସମୟରେ ଗାଡ଼ିଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ଯାହା ଫଳରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ ଘଟିଥିଲା । ଆଜି ସକାଳେ ପୁଲିସ ଘଟଣାରସ୍ଥଳରେ ପହଂଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରୁଛି ।