30.1 C
Bhubaneswar
Wednesday, April 24, 2024
Homeଓଡିଶାବସ୍‌କୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍‌, ୫ ମୃତ

ବସ୍‌କୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍‌, ୫ ମୃତ

ଝାରସୁଗୁଡ଼ା: ବିଜୁ ଏକ୍ସପ୍ରେସ ୱେରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୫ ଜଣଙ୍କ ମୃତ୍ୟୁ ହେବା ସହ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ୪ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟା ୭ଟା ସମୟରେ ଠେଲକୋଲୋଇରେ ଥିବା ଭୁଷଣ ପ୍ଲାଣ୍ଟର ୬୦ରୁ ଅଧିକ କର୍ମଚାରୀଙ୍କୁ ନେଇ ଆସୁଥିବା ବସକୁ ଏକ କୋଇଲା ବୋଝେଇ ଟ୍ରକ୍ ଧକ୍କା ଦେଇଥିଲା । ସରବାହଲ ପାଖରେ ଟ୍ରକ୍‌ଟି ଦୁଇଟି ଗାଈକୁ ଧକ୍କା ଦେଇ ଡିଭାଇଡର ଭାଙ୍ଗି ରାସ୍ତାର ଅନ୍ୟପଟକୁ ଯାଇ ଆସୁଥିବା ବସକୁ ଧକ୍କା ଦେଇଥିଲା । ଯନ୍ତ୍ରଣାରେ ଛଟପଟ ହେଉଥିବା ଲୋକଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରାଯାଇ ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଅନ୍ୟ କିଛି ଆହତ ଯାତ୍ରୀଙ୍କୁ ବାଇପାସ ରାସ୍ତାରେ ଥିବା ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏଥିରେ କାହାର ଭୁଲ ରହିଛି ସେନେଇ କିଛି ସୂଚନା ଦେଇନାହିଁ ପୋଲିସ । ତେବେ ଦୁର୍ଘଟଣାର ଖବର ପାଇଁ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଗୁଡ଼ିକୁ ଉଦ୍ଧାର କରିବା ସହ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରିଛନ୍ତି । ଅନ୍ୟପଟେ ମୃତଦେହ ଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ତେବେ ସ୍ଥାନୀୟ ଲୋକ ମଧ୍ୟ ଉଦ୍ଧାର କାର୍ଯ୍ୟରେ ପୋଲିସକୁ ସହଯୋଗ କରିଥିଲେ । ଘଟଣାସ୍ଥଳରେ ସାମାନ୍ୟ ଉତ୍ତେଜନା ଦେଖାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking