26.1 C
Bhubaneswar
Wednesday, May 8, 2024
Homeଓଡିଶାବାଇକ ଚାଳକଙ୍କ ଉପରେ ମାଡିଗଲା ଟ୍ରକ

ବାଇକ ଚାଳକଙ୍କ ଉପରେ ମାଡିଗଲା ଟ୍ରକ

ଭଦ୍ରକ : ଭଦ୍ରକ ଜିଲ୍ଲା ୧୬ନଂ ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦିନକୁ ଦିନ ରାଜ୍ୟରେ ସଡକ ଦୁର୍ଘଟଣା ବଢିବାରେ ଲାଗିଛି । ଗାଡି ଚାଳକଙ୍କ ବେପରୁଆ ଗାଡି ଚାଳନା ଏବଂ ଖାମଖିଆଲି ମନୋଭାବ ଯୋଗୁଁ ଏଭଳି ଦୁର୍ଘଟଣା ହେଉଥିବା ଜଣାପଡିଛି । ତେବେ ଏଭଳି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଭଦ୍ରକ ଜିଲ୍ଲା ରାଜପଥର ରାଣୀତାଲ ନିକଟରେ ହୋଇଥିବା ସୂଚନା ମିଳିଛି ।
ସୂଚନା ଅନୁସାରେ, ଜଣେ ବାଇକ ଆରୋହୀ ୧୬ନଂ ଜାତୀୟ ରାଜପଥରେ ଯାଉଥିବା ସମୟରେ ବାଇକ ଆରୋହୀଙ୍କ ଉପରେ ଏକ ଟ୍ରକ୍ ଚଢ଼ି ଯାଇଛି । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତିଙ୍କ ନାଁ ରମାକାନ୍ତ ଦାସ । ତାଙ୍କ ଘର ବାଲେଶ୍ୱର ଜିଲ୍ଲାର ଖଇରାରେ ବୋଲି ଜଣାପଡ଼ିଛି।
ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକମାନେ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ପୁଲିସ୍ ଟ୍ରକକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି । ତେବେ ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking