27.1 C
Bhubaneswar
Wednesday, March 25, 2026
Homeଓଡିଶାତେଲ ଟ୍ୟାଙ୍କର-ବସ ମୁହାଁମୁହିଁ ଧକ୍କା, ୪ ମୃତ

ତେଲ ଟ୍ୟାଙ୍କର-ବସ ମୁହାଁମୁହିଁ ଧକ୍କା, ୪ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରର ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୁରୁବାର ସକାଳୁ ଓଭରଟେକ୍‌ ସମୟରେ ବସ୍ ସହ ତେଲ ଟ୍ୟାଙ୍କର ଧକ୍କା ହୋଇଛି। ଫଳରେ ନିୟନ୍ତ୍ରଣ ହରାଇ ରାସ୍ତା କଡ଼ ଚା ଦୋକାନ ଉପରକୁ ଦୁଇ ଦୁର୍ଘଟଣାଗ୍ରସ୍ତ ଗାଡ଼ି ମାଡ଼ି ଯାଇଥିଲା। ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ଚା ଦୋକାନରେ ଚା ପିଉଥିବା ୩ ଜଣ ଓ ବସ୍‌ର ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

୨୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଯାତ୍ରୀ ବାହି ବସ୍‌ଟି ଆସିକାରୁ ବ୍ରହ୍ମପୁର ପଟକୁ ଆସୁଥିବା ବେଳେ ତେଲ ଟ୍ୟାଙ୍କର ବ୍ରହ୍ମପୁରରୁ ଆସିକା ଆଡ଼କୁ ଯାଉଥିଲା। ସମରଝୋଳ ଛକରେ ତେଲ ଟ୍ୟାଙ୍କର ଏକ ଟ୍ରକକୁ ଓଭରଟେକ୍ କରି ଯିବାକୁ ଚେଷ୍ଟା କରୁଥିବା ବେଳେ ବସ୍ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଦୁଇଗାଡ଼ି ରାସ୍ତାକଡ ଚା ଦୋକାନ ଆଡ଼କୁ ମାଡି ଯାଇଥିଲେ। ବସ୍ ତଳେ ଚାପି ହୋଇ ଚା ପିଉଥିବା ୩ ଜଣଙ୍କର ମୃତ୍ୟୁ ଘଟିଥିଲା। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking