32.1 C
Bhubaneswar
Saturday, May 18, 2024
Homeଦେଶ ବିଦେଶମର୍ମନ୍ତୁଦ ସଡକ ଦୁର୍ଘଟଣା: ୫ ଜଣଙ୍କ ମୃତ୍ୟୁ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୫ ଜଣଙ୍କ ମୃତ୍ୟୁ

ଚଣ୍ଡିଗଡପଞ୍ଜାବରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କାର-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ବାହାଘର ଭୋଜିରେ ଯୋଗଦେଇ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ ଏହି ପରିବାର । ଅଧାରେ ରହିଲା ଘର ବାହୁଡା । ପଞ୍ଜାବର ବାତାଲାରେ ଗତକାଲି କାର-ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଗୋଟିଏ ପରିବାରର ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ନେଇ ବାଟଲା ପୋଲିସ ତରଫରୁ ସୂଚନା ଦିଆଯାଇଛି । ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସ୍ଥାନୀୟ ପୋଲିସ ଅଧିକାରୀ ଗୁରଓ୍ବାନ୍ଦର ସିଂ କହିଛନ୍ତି, ” ଦୁର୍ଘଟଣା ସମୟରେ କାରର ୬ଜଣ ଥିଲେ । ସେମାନେ ବାତାଲାରୁ ଚାହାଲ କାଲାନ ଯାଉଥିଲେ । ସମସ୍ତେ ଗୋଟିଏ ପରିବାରର ହୋଇଥିବା ବେଳେ ସେମାନେ ବାହାଘର ଭୋଜିରେ ଯୋଗଦେଇ ଘରକୁ ଫେରୁଥିଲେ । ତେବେ ଅଧାବାଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ୫ ଜଣଙ୍କ ମୃତ୍ୟୁ ହୋଇଯାଇଥିଲା । ୫ଜଣଙ୍କ ମଧ୍ୟରେ ଜଣେ ୩ ବର୍ଷର ଶିଶୁ କନ୍ୟା ରହିଥିଲା । ତେବେ ସୌଭାଗ୍ୟବଶତଃ ଜଣେ ୧୩ ବର୍ଷୀୟ ଯୁବକ ଅଳ୍ପକେ ବର୍ତ୍ତି ଯାଇଥିଲେ । ତେବେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ବାଟଲା ସିଭିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଅବସ୍ଥା ଗୁରୁତର ହେବାରୁ ପରବର୍ତ୍ତୀ ସମୟରେ ତାଙ୍କୁ ଅମ୍ରିତସରର ଏକ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।” ତେବେ ଖବର ପାଇ ବାଟଲା ପୋଲିସ ଘଟଣାସ୍ଥଳରେ ପହଞ୍ଚି କାର-ଟ୍ରକକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking