25.1 C
Bhubaneswar
Thursday, May 9, 2024
Homeଦେଶ ବିଦେଶମର୍ମନ୍ତୁଦ ସଡକ ଦୁର୍ଘଟଣା : ଚାଲିଗଲା ୫ଜଣଙ୍କ ଜୀବନ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଚାଲିଗଲା ୫ଜଣଙ୍କ ଜୀବନ

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇଟି ମୋଟର ସାଇକେଲ ଉପରେ ଟ୍ରକ ମାଡି ଯିବାରୁ ୫ ଜଣଙ୍କ ମୃତ୍ୟୁ ହୋଇଛି । ଶନିବାର ୟୁପିର ବାରବାଙ୍କୀ ଜିଲ୍ଲା ଅନ୍ତର୍ଗତ ମସୌଲି ଥାନା ଅଞ୍ଚଳରେ ଏହି ଅଘଟଣ ଘଟିଥିବା ପୋଲିସ ସୂଚନା ଦେଇଛି । ଏହି ଦୁର୍ଘଟଣା ଘଟାଇ ଟ୍ରକ ଡ୍ରାଇଭର କୁଆଡେ ଫେରାର୍ ହୋଇଯାଇଛି । ପୋଲିସ ଘଟଣାସ୍ଥଳରୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଅଭିଯୁକ୍ତ ଟ୍ରକ ଡ୍ରାଇଭରକୁ ଧରିବାକୁ ଖୋଜାଖୋଜି କରୁଛି । ସୂଚନା ଅନୁଯାୟୀ, ମସୌଲି ଥାନା ଅନ୍ତର୍ଗତ ବିନ୍ଦୌରା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି । ପ୍ରଥମେ ଦୁଇଟି ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହେବା ଯୋଗୁଁ ତଳେ ପଡିଯାଇଥିଲେ । ଠିକ୍ ଏହି ସମୟରେ ଏକ ଟ୍ରକ ସେମାନଙ୍କ ଉପରେ ମାଡି ଯାଇଥିଲା । ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିଲା । ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରିଥିଲେ ହେଁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ସମସ୍ତ ମୃତକ ୨୩ରୁ ୩୨ ବର୍ଷ ବୟସର ହୋଇଥିବା ଜଣାପଡିଛି । ଏହି ମର୍ମନ୍ତୁଦ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking