28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗ୨ ଟ୍ରକ ମୁହାଁମୁହିଁ ଧକ୍କା , ୨ ହେଲପରଙ୍କ ମୃତ୍ୟୁ

୨ ଟ୍ରକ ମୁହାଁମୁହିଁ ଧକ୍କା , ୨ ହେଲପରଙ୍କ ମୃତ୍ୟୁ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ରବିବାର ବିଳମ୍ବିତ ରାତିରେ ୨ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୨ ହେଲପର୍‌ଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ୱୟଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଉଭୟଙ୍କ ଘର ଆନନ୍ଦପୁରର ଜୋକନାଳି ଅଞ୍ଚଳରେ ବୋଲି ଜଣାପଡ଼ିଛି । ଏହି ଘଟଣାରେ ପୁଲିସ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଡ୍ରାଇଭରଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୨୦ ନମ୍ବର ଜାତୀୟ ରାଜପଥର ବୀରଗୋବିନ୍ଦପୁର ଛକ ନିକଟରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ଖରାପ ହୋଇଯାଇଥିବାରୁ ୨ ହେଲପର ତାହାକୁ ଠିକ୍‌ କରୁଥିଲେ। ଉକ୍ତ ସମୟରେ ଦ୍ରୁତ ଗତିରେ ପଛରୁ ଆସୁଥିବା ଏକ ଲୁହା ବୋଝେଇ ଟ୍ରକ୍‌ ଉକ୍ତ ୨ ହେଲପର‌ଙ୍କ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିଲା । ଏହାପରେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ଟି ଫେରାର ହୋଇଯାଉଥିବା ବେଳେ ଖବର ପାଇ ଘସିପୁରା ପୁଲିସ‌ ବେଲବାହାଳି ନିକଟରୁ ଟ୍ରକ୍‌ଟିକୁ ଜବତ କରିଥିବା ବେଳେ ଡ୍ରାଇଭରଙ୍କୁ ଗିରଫ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking