28.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶପିକ୍ଅପ୍‌କୁ ଧକ୍କା ଦେଲା ଟ୍ୟାଙ୍କର; ୬ମୃତ, ୨୪ଆହତ

ପିକ୍ଅପ୍‌କୁ ଧକ୍କା ଦେଲା ଟ୍ୟାଙ୍କର; ୬ମୃତ, ୨୪ଆହତ

ଭୋପାଳ : ମଧ୍ୟପ୍ରଦେଶର ଧାନ ଜିଲ୍ଲା ତିରଳା ଥାନା ଇନ୍ଦୋର-ଅହମ୍ମଦାବାଦ ଜାତୀୟ ରାଜପଥ ଚିଖାଳିଆ ଗାଁ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। ଶ୍ରମିକଙ୍କୁ ନେଇ ଯାଉଥିବା ପିକ୍‌ଅପ୍‌ ଭ୍ୟାନ୍‌କୁ ଏକ ଟ୍ୟାଙ୍କର ପଛପଟୁ ଧକ୍କା ଦେଇଛି। ଯାହାଫଳରେ ୬ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୨୪ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ଆହତଙ୍କ ଚିକିତ୍ସା ଜାରି ରହିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ହିଁ ୪ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କ ଡ଼ାକ୍ତରଖାନାରେ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking