38.1 C
Bhubaneswar
Tuesday, April 23, 2024
Homeଦେଶ ବିଦେଶଆମ୍ବୁଲାନ୍ସ ଓ କଣ୍ଟେନର ଧକ୍କା, ଚାଲିଗଲା ୭ଜୀବନ

ଆମ୍ବୁଲାନ୍ସ ଓ କଣ୍ଟେନର ଧକ୍କା, ଚାଲିଗଲା ୭ଜୀବନ

ଲକ୍ଷ୍ନୌ : ଉତ୍ତରପ୍ରଦେଶର ବରେଲୀ ଜିଲାରେ ଏକ ବଡ ଧରଣର ସଡକ ଦୁର୍ଘଟଣା ଘଟିଛି । ଆମ୍ବୁଲାନ୍ସ ଓ କଣ୍ଟେନର ମଧ୍ୟରେ ଦୁର୍ଘଟଣା ଘଟି ୭ ଜଣଙ୍କ ଜୀବନ ଚାଲି ଯାଇଛି । ଖବର ପାଇବା ମାତ୍ରେ ପୁଲିସ ଓ ଉଦ୍ଧାରକାରୀ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ, ବରେଲୀ ଜିଲାରେ ଫତେଗଞ୍ଜ ଥାନା ଅଞ୍ଚଳରେ ଆମ୍ବୁଲାନ୍ସ ଓ କଣ୍ଟେନର ମଧ୍ୟରେ ଭୀଷଣ ଧକ୍କା ହୋଇ ଘଟଣା ସ୍ଥଳରେ ହିଁ ସାତ ଜଣଙ୍କର ମୃତ୍ୟୁ ହୋଇ ଯାଇଥିଲା । ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ମଧ୍ୟ ସାମିଲ ଅଛନ୍ତି । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ଆତ୍ମାର ସଦଗତି କାମନା କରିଛନ୍ତି । ଶୋକସନ୍ତପ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking