31.1 C
Bhubaneswar
Sunday, May 19, 2024
Homeଦେଶ ବିଦେଶମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଚାଲିଗଲା ୭ଜୀବନ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଚାଲିଗଲା ୭ଜୀବନ

ଲକ୍ଷ୍ନୌ : ଉତ୍ତରପ୍ରଦେଶର ମଥୁରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଯମୁନା ଏକ୍ସପ୍ରେସୱେରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଏକ କାରକୁ ଅଜଣା ଗାଡ଼ି ଧକ୍କା ଦେବା ଫଳରେ ୭ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ଉଦ୍ଧାରକାରୀ ଟିମ୍‌ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚିଥିଲା । ମୃତ ଓ ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଥିଲା ।

ତେବେ ସେମାନଙ୍କ ମଧ୍ୟରୁ ୭ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ମୃତ ୭ଜଣଙ୍କ ମଧ୍ୟରେ ୩ଜଣ ମହିଳା ଓ ଜଣେ ଶିଶୁ ଥିବା ସୂଚନା ମିଳିଛି । ଅନ୍ୟ ୩ଜଣ ମୃତକ ପୁରୁଷ ରହିଥିବା କୁହାଯାଉଛି । ୨ଜଣ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ସେମାନଙ୍କ ଚିକିତ୍ସା କରାଯାଉଛି । ସୂଚନା ମୁତାବକ ଏକ ବିବାହ ଉତ୍ସବରେ ଯୋଗ ଦେବାକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ହୋଇଛି। ମୃତକ ମାନେ ଗୋଟିଏ ପରିବାରର କି ନୁହେଁ ତାହା ଜଣାପଡ଼ିନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking