ଢେଙ୍କାନାଳ : ସୋମବାର ରୁଙ୍ଗଟା କାରଖାନାରେ ଘଟିଛି ଅଘଟଣ । ମେକାନିକାଲ ଷ୍ଟ୍ରକଚର୍ ଭୁଶୁଡ଼ି ପଡ଼ିବାରୁ ଘଟଣାସ୍ଥଳରେ ୨ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ୬ରୁ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲାର ଝାଡ଼ବନ୍ଧରେ ଥିବା ରୁଙ୍ଗଟା ମାଇନ୍ସ କାରଖାନାରେ ଏଭଳି ଅଘଟଣ ଘଟିଛି। ତେବେ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହୁରି ଅନେକ ଶ୍ରମିକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ଅଘଟଣରେ ମୃତ୍ୟୁ ବରଣ କରିଥିବା ୨ ମୃତକଙ୍କ ପରିଚୟ ମିଳିନାହିଁ। ସୂଚନା ଯୋଗ୍ୟ ଯେ, ଆଜି ସକାଳେ କାମ ଚାଲିଥିବା ବେଳେ ହଠାତ୍ ମେକାନିକାଲ ଷ୍ଟ୍ରକଚରଟି ଭୁଶୁଡ଼ି ପଡ଼ିଥିଲା। ଏହି ସମୟରେ ଅନେକ ଶ୍ରମିକ ସେଠାରେ କାମ କରୁଥିଲେ। ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଛି।