27.1 C
Bhubaneswar
Wednesday, May 8, 2024
Homeଓଡିଶାଓଲଟି ପଡ଼ିଲା ପିକନିକ ଗାଡ଼ି : ୧ ମୃତ, ୧୫ ଆହତ

ଓଲଟି ପଡ଼ିଲା ପିକନିକ ଗାଡ଼ି : ୧ ମୃତ, ୧୫ ଆହତ

ମୋହନା : ବାଇକ୍ ଧକ୍କା ଦେବାରୁ ଘାଟିରେ ଓଲଟି ପଡ଼ିଲା ପିକ୍‌ନିକ୍ ବସ୍‌। ଫଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ରବିବାର ସନ୍ଧ୍ୟା ବେଳେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଗଞ୍ଜାମ ଜିଲ୍ଲା ପାଟପୁର ଥାନା ତପ୍ତପାଣି ଘାଟିରେ ଘଟିଛି।
ସୂଚନା ଅନୁଯାୟୀ, ରବିବାର ସକାଳେ ନୟାଗଡ଼ରୁ ୩୫ ଜଣ ଏକ ବସ୍‌ରେ ଗଜପତି ଜିଲ୍ଲା ଜିରଙ୍ଗ ଓ ଖସଡ଼ା ଜଳପ୍ରପାତକୁ ପିକନିକ କରିବା ପାଇଁ ଯାଇଥିଲେ। ସାନ୍ଧ୍ୟ ବେଳେ ସେମାନେ ପିକ୍‌ନିକ୍ ସାରି ଘରକୁ ଫେରୁଥିଲେ। ତେବେ ତପ୍ତପାଣି ଘାଟି ଉପରେ ବସ୍‌କୁ ଏକ ବାଇକ ଧକ୍କା ଦେଇଥିଲା। ଫଳରେ ବସଟି ରାସ୍ତାର ବାମ ପଟକୁ ଓଲଟି ପଡ଼ିଥିଲା।
ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ବସରେ ଥିବା ୩୫ ଜଣଙ୍କ ମଧ୍ୟରୁ ୧୫ ଜଣ ଗୁରୁତର ଆହତ ହୋଇଥିଲେ। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ମେଡ଼ିକଲରେ ଭର୍ତ୍ତି କରିଛି। ୭ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking