27.1 C
Bhubaneswar
Thursday, April 25, 2024
Homeଓଡିଶାଦୁର୍ଘଟଣାରେ ଜଣେ ମୃତ୍ୟୁ

ଦୁର୍ଘଟଣାରେ ଜଣେ ମୃତ୍ୟୁ

ଖଲ୍ଲିକୋଟ : ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ଏଭଳି ଅଭାବନୀୟ ଘଟଣା ଘଟିଛି, ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ କେଶପୁର ଛକ ନିକଟରେ । ମୃତକ କୋଦଳା ଥାନା ବେଲଝରି ଗାଁର ଶିବ ମେହେର ବୋଲି ଜଣାପଡ଼ିଛି ।
ସୂଚନା ଅନୁଯାୟୀ, ଗୁରୁବାର ରାତିରେ ଶିବ କୌଣସି କାମରେ କେଶପୁର ଯାଇଥିଲେ। ତେବେ ସେ ରାସ୍ତା ପାର ହେଉଥିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲି ଯାଇଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ୍ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି ।
https://onakhabar.com/2020/04/10/murder-case-62/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking