27.1 C
Bhubaneswar
Thursday, April 25, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍ତ୍ରୀ ମୃତ, ସ୍ବାମୀ ଓ ଝିଅ ଗୁରୁତର

ମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍ତ୍ରୀ ମୃତ, ସ୍ବାମୀ ଓ ଝିଅ ଗୁରୁତର

ବାଲେଶ୍ବର : ବାଲେଶ୍ବର ଜିଲ୍ଲା ଜଳେଶ୍ୱର ଅଞ୍ଚଳରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ଓ ଝିଅ ସହ ବାଇକରେ ଯାଉଥିବା ବେଳେ ପଛରୁ ଏକ ପିକଅପ୍ ଭ୍ୟାନ୍ ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଓ ଅଢ଼େଇ ବର୍ଷର ଶିଶୁକନ୍ୟା ଗୁରୁତର ହୋଇଛନ୍ତି। ମୃତ ସ୍ତ୍ରୀଙ୍କର ନାଁ ମମତା ବୋଲି ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ବ୍ୟକ୍ତି ଜଣଙ୍କ ନିଜ ସମ୍ପର୍କୀୟଙ୍କ ମୃତ୍ୟୁ ଖବର ପାଇ ତାଙ୍କ ନଛିମପୁର ପଞ୍ଚାୟତର ନାଙ୍ଗାଡ ସାହିକୁ ନିଜ ସ୍ତ୍ରୀ ଓ ଝିଅ ସହ ବାଇକରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ପିକଅପ୍ ଭ୍ୟାନ୍ ତାଙ୍କ ବାଇକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସ୍ତ୍ରୀ ମମତାଙ୍କର ମୃତ୍ୟୁ ଘଟିଛି। ସ୍ଥାନୀୟଲୋକେ ଗୁରୁତର ଅବସ୍ଥାରେ ପଡିଥିବା ଉକ୍ତ ବ୍ୟକ୍ତି ଓ ତାଙ୍କ ଝିଅଙ୍କୁ ଉଦ୍ଧାର କରି ପ୍ରଥମେ ଜଳେଶ୍ବର ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ। ପରେ ଉଭୟଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ଜଣା ପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ଜଳେଶ୍ବର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking