27.1 C
Bhubaneswar
Sunday, March 29, 2026
Homeଓଡିଶାରଥଯାତ୍ରାରେ ଅଘଟଣ ; ଜଣେ ଭକ୍ତ ମୃତ

ରଥଯାତ୍ରାରେ ଅଘଟଣ ; ଜଣେ ଭକ୍ତ ମୃତ

ପୁରୀ : ରବିବାର ଦିନ ପୁରୀରେ ପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ସମୟରେ ଜଣେ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ତାଳଧ୍ୱଜ ରଥ ଟଣା ବେଳେ ଅଣନିଶ୍ୱାସୀ ହୋଇ ଜଣେ ଶ୍ରଦ୍ଧାଳୁ ତଳେ ପଡ଼ି ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରାଯାଇ ପୁରୀ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ବ୍ୟକ୍ତି ଜଣକ ଅଣ ଓଡ଼ିଆ ବୋଲି ଜଣାପଡ଼ୁଛି। ହେଲେ ତାଙ୍କର ପରିଚୟ ଜଣାପଡ଼ି ନାହିଁ। ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ କହିବା ଅନୁସାରେ ମୃତ ବ୍ୟକ୍ତି ଜଣକ ରଥ କର୍ଡନ ପାର୍ଶ୍ୱରେ ପଡ଼ି ଯାଇଥିଲେ। ତାଙ୍କୁ ଉଦ୍ଧାରକାରୀ ଦଳ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ମୃତ ବ୍ୟକ୍ତିଙ୍କର ପରିଚୟ ଜଣାପଡ଼ିନି। ଏହାକୁ ଦଳାଚକଟା ଜନିତ ମୃତ୍ୟୁ ବୋଲି କୁହାଯିବ ନାହିଁ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking