27.1 C
Bhubaneswar
Saturday, July 27, 2024
Homeଓଡିଶାମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ୩ ଜଣଙ୍କ ମୃତ୍ୟୁ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ୩ ଜଣଙ୍କ ମୃତ୍ୟୁ

କେନ୍ଦ୍ରାପଡ଼ା : ଜିଲ୍ଲା ଓସ୍ତପୁର ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଲେରୋଟି ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତାହତଙ୍କ ପରିଚୟ ମିଳିନାହିଁ। ସମସ୍ତେ ମଞ୍ଚ କଳାକାର ବୋଲି ଜଣାଯାଇଛି। ଆହତମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ମୃତକମାନେ ମହିଳା ବୋଲି ଜଣାଯାଇଛି।

ଆଜି ସକାଳେ ନରଣପୁରରୁ ଡ୍ରାମା ରିହରସାଲ୍ ସାରି ବୋଲେରୋ ଯୋଗେ ନିଜ ଗାଁକୁ ଫେରୁଥିଲେ କଳାକାର। ଏହି ସମୟରେ ଓସ୍ତପୁର ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ୩ ଜଣ କଳାକାରଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ଆହତ ହୋଇଥିଲେ। ଆହତମାନଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ସ୍ତାନାନ୍ତର କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking