ବ୍ୟୁରୋ : ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ ପାଇଁ ବିଭିନ୍ନ ମନ୍ଦିରରେ ପାଳିତ ହେବ କୃଷ୍ଣଙ୍କ ଜନ୍ମୋତ୍ସବ । ଶ୍ରୀକୃଷ୍ଣଙ୍କ ଜନ୍ମସ୍ଥାନ ମଥୁରାନଗରୀଠାରୁ ଆରମ୍ଭ କରି ଜଗନ୍ନାଥଧାମ ପୁରୀ ପର୍ଯ୍ୟନ୍ତ ସବୁଠି ଉତ୍ସାହର ହୋଇପଡିବ ମାହୋଲ । ଶ୍ରୀମନ୍ଦିରରେ ବିଶେଷ ଭାବେ ଏହି ଜନ୍ମୋତ୍ସବ ପାଳିତ ହେବ । ସ୍ୱତନ୍ତ୍ର ରୀତିନୀତି ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ସଂଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ । ଦେବକୀ ଓ ବସୁଦେବଙ୍କ ପୁଅ ଭାବେ କଂଶର ବନ୍ଦୀଶାଳରେ ଜନ୍ମ ହୋଇଥିଲେ ଶ୍ରୀକୃଷ୍ଣ । ପରେ କଂଶର ଭୟରେ ବାପା ବସୁଦେବ ଶ୍ରୀକୃଷ୍ଣଙ୍କୁ ନେଇ ମଥୁରାରେ ଛାଡି ଆସିଥିଲେ । ସେଠାରେ ନନ୍ଦ ରାଜାଙ୍କ ପୁଅ ଭାବେ ସେ ପାଳିତ ହୋଇଥିଲେ । ହିନ୍ଦୁ ଧର୍ମରେ ଏହି ଦିନଟିକୁ ବେଶ୍ ଉତ୍ସାହର ସହିତ ପାଳନ କରାଯାଇଥାଏ । ବିଶ୍ୱର ହିନ୍ଦୁ ସଂପ୍ରଦାୟ ପାଇଁ ଏହା ଏକ ପବିତ୍ର ଦିନ । ଗାଁଠୁ ସହର ସବୁଠି ଏହି ଦିନ ଉତ୍ସବମୂଖର ହୋଇଉଠେ । ଏଥିରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ସାମିଲ ହୋଇଥାନ୍ତି ।