30.1 C
Bhubaneswar
Sunday, February 8, 2026
Homeଓଡିଶାଦୁଷ୍କର୍ମ ଘଟଣାରେ ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡାଦେଶ ଶୁଣାଇଲେ ସ୍ବତନ୍ତ୍ର ପୋକ୍ସୋ କୋର୍ଟ

ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡାଦେଶ ଶୁଣାଇଲେ ସ୍ବତନ୍ତ୍ର ପୋକ୍ସୋ କୋର୍ଟ

ଯାଜପୁର: ୧୫ବର୍ଷୀୟ ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଘଟଣାର ରାୟ ପ୍ରକାଶ । ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡାଦେଶ ଶୁଣାଇଲେ ଯାଜପୁର ର ସ୍ବତନ୍ତ୍ର ପୋକ୍ସୋ କୋର୍ଟ । ଅଭିଯୁକ୍ତ ହେଲେ ଜେନାପୁର ଥାନା ଅଞ୍ଚଳର ପ୍ରଦୀପ୍ତ ରାଉତ । ୨୦୨୧ ମସିହା ଜେନାପୁର ଥାନା ଅଞ୍ଚଳର ୧୫ ବର୍ଷୀୟ ନାବାଳିକାକୁ ଅପହରଣ କରି ଦୀର୍ଘ ୧୮ ଦିନ ଧରି ବିଭିନ୍ନ ସ୍ଥାନକୁ ନେଇ ଦୁଷ୍କର୍ମ କରିଥିଲେ ଅଭିଯୁକ୍ତ । ଏ ନେଇ ପିଡିତାଙ୍କ ପରିବାର ବର୍ଗ ଜେନାପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ କୁ ଭିତ୍ତି କରି ଦୁଷ୍କର୍ମକାରୀ ପ୍ରଦୀପ୍ତ ଙ୍କୁ ପୋଲିସ ପୋକ୍ସୋ ଧାରା ୬ ଅନୁଯାୟୀ ଗିରଫ କରି କୋର୍ଟ ଚାଲାଣ କରି ଏହି ମାମଲାର ଶୁଣାଣି କରିଛନ୍ତି ସ୍ବତନ୍ତ୍ର ପୋକ୍ସୋ ଅଦାଲତ । ୧୦ ଜଣଙ୍କ ସାକ୍ଷ ପ୍ରମାଣକୁ ଆଧାର କରି ଅଭିଯୁକ୍ତ ଙ୍କୁ ୨୦ବର୍ଷ କାରାଦଣ୍ଡାଦେଶ ସହ ୨୦ ହଜାର ଟଙ୍କା ଜରିମାନା ଶୁଣାଇଛନ୍ତି । ଏଥି ସହିତ ୬ ମାସ ଅଧିକ କାରାଦଣ୍ଡାଦେଶ ସହ ପିଡିତା ଙ୍କୁ ୧ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ କରିବାକୁ ମଧ୍ୟ ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ତଥା ସ୍ବତନ୍ତ୍ର ପୋକ୍ସୋ ବିଚାରପତି ଅଭିଜିତ ପଲାଇ । ଏହି ମାମଲା କୁ ସରକାରୀ ଓକିଲ ରାଜୀବ ମହାନ୍ତି ପରିଚାଳନା କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking