30.1 C
Bhubaneswar
Thursday, February 12, 2026
Homeଓଡିଶାଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତା୍ମହୁତି ଉଦ୍ୟମ ଘଟଣା । ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି । ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି । ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ ହେଉଛି । ଏମ୍ସ ଯାଇ ଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଅନୁଧ୍ୟାନ କରିବି । ଅନ୍ୟପଟେ ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ତଦନ୍ତ ଆରମ୍ଭ ହୋଇସାରିଛି । ବାଲେଶ୍ୱରରେ ୩ ଜଣିଆ ଉଚ୍ଚସ୍ତରୀୟ ଟିମ୍ ତଦନ୍ତ କରୁଛନ୍ତି । ଏଫଏମ କଲେଜରେ ପହଞ୍ଚି ଆରମ୍ଭ କଲେ ପଚରାଉଚରା । ନିଲମ୍ବିତ ଅଧ୍ୟକ୍ଷଙ୍କୁ ତଦନ୍ତ ଟିମ୍‌ର ପଚରାଉଚରା ଚାଲିଛି ।

ସୂଚନାଯୋଗ୍ୟ, ଅଧ୍ୟାପକଙ୍କ ବିରୋଧରେ ଦୁର୍ବ୍ୟବହାର ଓ ମାନସିକ ନିର୍ଯାତନା ଅଭିଯୋଗ ଆଣି ନ୍ୟାୟ ନ ମିଳିବାରୁ ବାଲେଶ୍ୱରର ସ୍ୱଂୟଶାସିତ ଫକୀର ମୋହନ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ଛାତ୍ରୀ ଶନିବାର ଜୀବନ ହାରିବାକୁ ଉଦ୍ୟମ କରିଥିଲେ। ସେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ତାଙ୍କ ଶରୀରର ୯୦% ଜଳିଯାଇଥିବା ସୂଚନା ରହିଛି। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଭୁବନେଶ୍ୱରସ୍ଥିତ ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଏହି ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଅନ୍ୟ ଜଣେ ଛାତ୍ରୀ ମଧ୍ୟ ପୋଡ଼ି ଯାଇଥିଲେ। ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏଭଳି ଅଭାବନୀୟ ଘଟଣା ଘଟିଥିଲା

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking