29.9 C
Bhubaneswar
Tuesday, July 14, 2026
Homeଓଡିଶାବଙ୍ଗୋପ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ! ୫ ଦିନ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ବଙ୍ଗୋପ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ! ୫ ଦିନ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର : ବଙ୍ଗୋପ ସାଗରରେ ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । କିଛି ଅଞ୍ଚଳରେ ପ୍ରବଳ ବର୍ଷା ସହ ପବନର ବେଗ ମଧ୍ୟ ବଢିବା ନେଇ ଆଶଙ୍କା କରାଯାଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି । ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କ ପାଇଁ ସତର୍କତା ଜାରି କରିଛି ମତ୍ସ୍ୟ ବିଭାଗ । ଆସନ୍ତା ୫ ଦିନ ଯାଏଁ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ସମୁଦ୍ରରେ ପବନର ବେଗ ବଢିବା ସହ ଉଚ୍ଚ ଜୁଆର ଆସିବାର ସମ୍ଭାବନା ରହିଥିବାରୁ ମତ୍ସ୍ୟଜୀବିଙ୍କ ସୁରକ୍ଷା ପାଇଁ ଏହି ପଦକ୍ଷେପ ନିଆଯାଇଛି । ଏହା ସହ ଉପକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ପାଣିପାଗ ବିଭାଗର ସ୍ଥିତି ଉପରେ ନଜର ରଖିଥିବା ବେଳେ ଘୂର୍ଣ୍ଣିବଳୟର ଗତିପଥ ଓ ପ୍ରଭାବ ନେଇ ଆଗାମୀ ସୂଚନା ଜାରି କରାଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking