କଟକ: ଓଡିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ । ଏନେଇ ଆଜି ତାଙ୍କୁ କଟକ ସିଡିଏ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଥଣ୍ଡା, ଜ୍ୱର ଓ ଫୁସଫୁସ ସଂକ୍ରମଣଜନୀତ ସମସ୍ୟା ନେଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଓଡ଼ିଆ ରିୟାଲିଟି ସୋ’ ‘ସାଧବ ବୋହୂ’ ଜରିଆରେ ଘରେ ଘରେ ପ୍ରିୟ ପାଲଟି ପାରିଛନ୍ତି ଏହି କଳାକାର । ‘ନନ୍ଦିନୀ ଆଇ ଲଭ୍ ୟୁ’, ‘ପ୍ରେମ ରୋଗୀ’, ‘ପାଗଳ କରିଛି ପାଉଁଜି ତୋର’ ଆଦି ମନଛୁଆଁ ଚଳଚ୍ଚିତ୍ରରେ ଅଭିନୟ କରି ସେ ପାଲଟି ଯାଇଛନ୍ତି ଓଲିଉଡ୍ର ମଉଡ଼ମଣି । ସେ ଆଜି ଅସୁସ୍ଥ ହୋଇ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଆମେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛୁ ।










