22.1 C
Bhubaneswar
Sunday, February 15, 2026
Homeଦେଶ ବିଦେଶଅଭିନେତା ମିଥୁନ ଚକ୍ରବର୍ତ୍ତୀ ପାଇବେ ଦାଦା ସାହେବ ଫାଲକେ ପୁରସ୍କାର

ଅଭିନେତା ମିଥୁନ ଚକ୍ରବର୍ତ୍ତୀ ପାଇବେ ଦାଦା ସାହେବ ଫାଲକେ ପୁରସ୍କାର

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି । ଅଭିନେତା ମିଥୁନ ଚକ୍ରବର୍ତ୍ତୀ ପାଇବେ ଦାଦା ସାହେବ ଫାଲକେ ପୁରସ୍କାର । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏ ବାବଦରେ ସୂଚନା ଦେଇଛନ୍ତି । ଭାରତୀୟ ସିନେମା କ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ମିଥୁନଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ । ଅକ୍ଟୋବର ୮ ତାରିଖରେ ୭୦ତମ ରାଷ୍ଟ୍ରୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ମିଥୁନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଛନ୍ତି । ଏ ନେଇ କେନ୍ଦ୍ରମନ୍ତ୍ରୀ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସ’ରେ ଏକ ପୋଷ୍ଟ ଶେୟାର କରିଛନ୍ତି । ଭାରତୀୟ ସିନେମାର ସର୍ବୋଚ୍ଚ ପୁରସ୍କାର ହେଉଛି ଦାଦା ସାହେବ ଫାଲକେ । ଅକ୍ଟୋବର ୮ରେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ମିଳିବ ଏହି ସମ୍ମାନ। ୪୮ ବର୍ଷର କ୍ୟାରିୟର୍‌ରେ ୩୫୦ରୁ ଅଧିକ ଫିଲ୍ମରେ ମିଥୁନ୍‌ ଅଭିନୟ କରିଛନ୍ତି। ହିନ୍ଦୀ, ବଙ୍ଗାଳୀ, ଓଡ଼ିଆ, ଭୋଜପୁରୀ ସହ ଦକ୍ଷିଣ ଭାରତୀୟ ଫିଲ୍ମରେ ଅଭିନୟ କରିଛନ୍ତି ଅଭିନେତା ମିଥୁନ ଚକ୍ରବର୍ତ୍ତୀ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking