ବଙ୍ଗୀୟ ଅଭିନେତା ସୌମିତ୍ର ଚାଟାର୍ଜୀଙ୍କ ପରଲୋକ

କୋଲକାତା : ବିଶିଷ୍ଟ ବଙ୍ଗୀୟ ଅଭିନେତା ସୌମିତ୍ର ଚାଟାର୍ଜୀ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । କୋଲକାତାର ଏକ ଡାକ୍ତରଖାନାରେ ଦିନ ୧୨ଟା ୧୫ ମିନିଟ୍‌ରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ସମୟରେ ତାଙ୍କୁ ୮୫ ବର୍ଷ ହୋଇଥିଲା। ତାଙ୍କୁ ସମ୍ମାନଜନକ ଦାଦା ସାହେବ ଫାଲକେ ପୁରସ୍କାର ପ୍ରଦାନ କରାଯାଇଥିଲା। ତେବେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ତାଙ୍କୁ ଅକ୍ଟୋବର ୬ ତାରିଖରେ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଥିଲା। ତେବେ ତାଙ୍କ ଠାରେ ଅନ୍ୟାନ୍ୟ ସମସ୍ୟା ଦେଖାଯାଇଥିଲା ଓ ତାଙ୍କ ଅବସ୍ଥା ଗୁରୁତର ରହିଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ମିଳିଛି ।

LEAVE A REPLY

Please enter your comment!
Please enter your name here