28.1 C
Bhubaneswar
Thursday, March 28, 2024
Homeଓଡିଶାଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ ଅତିରିକ୍ତ ଦାୟିତ୍ୱ

ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ୧୯୯୩ ବ୍ୟାଚ୍ ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ ରାଜ୍ୟ ସରକାରଙ୍କ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଓ ଗ୍ରୀଡ଼କୋ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସୂଚନା ଅନୁସାରେ, ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜୟ କୁମାର ସିଂ ଏବେ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି । ଶ୍ରୀ ସିଂ ମଧ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ସମେତ ବାଣିଜ୍ୟକର ଓ ଜିଏସଟି କମିଶନର, ଗ୍ରୀଡକୋ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି । ତେବେ ଆଜି ଶ୍ରୀ ସିଂଙ୍କୁ ଶକ୍ତି ବିଭାଗ ଓ ଗ୍ରୀଡକୋ ଅଧ୍ୟକ୍ଷ ଦାୟିତ୍ୱରୁ ମୁକ୍ତ କରି ୧୯୯୩ ବ୍ୟାଚ୍ ଆଇଏଏସ୍ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳଙ୍କୁ ପ୍ରଦାନ କରାଯାଇଛି । ଶ୍ରୀ ଧଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଓ ଗୃହ ବିଭାଗ(ନିର୍ବାଚନ)ର ଏକ୍ସ-ଅଫିସୋ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଆଜି ତାଙ୍କୁ ଏହି ୨ଟି ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ରାଜ୍ୟ ସରକାର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking