27.1 C
Bhubaneswar
Monday, June 9, 2025
Homeଓଡିଶାବିଜେଡିରେ ଯୋଗଦେଲେ ଅଧିରାଜ

ବିଜେଡିରେ ଯୋଗଦେଲେ ଅଧିରାଜ

ଭୁବନେଶ୍ୱର : ବିଜେଡିରେ ଯୋଗଦେଲେ ଅଧିରାଜ ପାଣିଗ୍ରାହୀ । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ  ଅଧିରାଜ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ତେବେ ଗତକାଲି କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ସେ ତାଙ୍କର ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ପଠାଇଥିଲେ । ସେ ଦଳ ଛାଡ଼ିବାର କୌଣସି କାରଣ ଉଲ୍ଲେଖ କରିନଥିଲେ । ୨୦୧୯ ନିର୍ବାଚନରେ ଶ୍ରୀ ପାଣିଗ୍ରାହୀ କଂଗ୍ରେସ ଟିକେଟରେ ପ୍ରଥମ ଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଜଣେ ଟାଣୁଆ ବିଧାୟକ ଭାବରେ ତାଙ୍କର ପରିଚୟ ଅଛି । କଂଗ୍ରେସ ଛାଡ଼ିବା ପରେ ଅଧିରାଜ କହିଥିଲେ ଖଡ଼ିଆଳବାସୀଙ୍କ ମତାମତକୁ ନେଇ କଂଗ୍ରେସ ଛାଡ଼ିଛି। କେଉଁ ଦଳକୁ ଯିବି କାଲି କାର୍ୟ୍ୟକର୍ତ୍ତାଙ୍କ ସହ ଆଲୋଚନା କରି କହିବି। ୨୦୨୪ରେ ନିଶ୍ଚିତ ଖଡ଼ିଆଳରୁ ନିର୍ବାଚନ ଲଢ଼ିବି। ଓଡ଼ିଶାରେ କଂଗ୍ରେସ ଭଲ ସ୍ଥିତିରେ ନାହିଁ, ଦୁର୍ବଳ ହୋଇଯାଇଛି। ତେବେ କଂଗ୍ରେସରେ କୌଣସି ନେତାଙ୍କ ସହ ମୋର ମତାନ୍ତର ନାହିଁ।  ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କହିଥିଲେ, ଖଡ଼ିଆଳରେ ଲଢ଼ିବା ପାଇଁ ଯୋଗ୍ୟ ପ୍ରାର୍ଥୀ ଅଛନ୍ତି। ନିର୍ବାଚନ ଆସିଲେ ବହୁତ ଲୋକ ଆସନ୍ତି ଓ ଯାଆନ୍ତି। ସ୍ୱାର୍ଥ ପାଇଁ କିଛି ଲୋକ ଦଳ ବଦଳାଇଥା’ନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking