28.1 C
Bhubaneswar
Friday, April 26, 2024
Homeଓଡିଶା୨୪ ଘଣ୍ଟା ପରେ ରାଜ୍ୟରେ କମିବ ପ୍ରଭାବ, ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ...

୨୪ ଘଣ୍ଟା ପରେ ରାଜ୍ୟରେ କମିବ ପ୍ରଭାବ, ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସ୍ଥଳଭାଗ ମୁହାଁ ଲଘୁଚାପ। ଆଜି ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରାଯାଇଛି। ୨୪ ଘଣ୍ଟା ପରେ ରାଜ୍ୟରେ କମିବ ଲଘୁଚାପ ପ୍ରଭାବ। ଆସନ୍ତା ୨୪ ଘଣ୍ଟା ପାଇଁ ୭ ଜିଲ୍ଲା ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେପଟେ ରାଜ୍ୟରେ ଜୁନ ୧ରୁ ୨୦ ସେପ୍‌ଟେମ୍ବର ଯାଏ ୧୧୪୦.୯ ମିମି ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ତୁଳନାରେ ୫ ପ୍ରତିଶତ ଅଧିକ । କନ୍ଧମାଳ ଜିଲ୍ଲାରେ ବର୍ତ୍ତମାନ ସର୍ବାଧିକ ୧୬୪୯.୯ ମିଲମିଟର ଏବଂ ଭଦ୍ରକ ଜିଲ୍ଲାରେ ସର୍ବନିମ୍ନ ୮୩୬.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହି ସମୟ ମଧ୍ୟରେ ୫ ଜିଲ୍ଲାରେ ଅତ୍ୟଧିକ ବର୍ଷା ଓ ବାକି ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking