27.1 C
Bhubaneswar
Friday, June 28, 2024
Homeଓଡିଶାବିଜେଡି ଛାଡ଼ିଲେ ଦେବାଶିଷ ନାୟକ

ବିଜେଡି ଛାଡ଼ିଲେ ଦେବାଶିଷ ନାୟକ

ଭୁବନେଶ୍ୱର : ବିଜେଡିରୁ ରବିବାର ଇସ୍ତଫା ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ବିଜେଡି ସୁପ୍ରିମୋଙ୍କୁ ଚିଠି ଲେଖି ସେ ତାଙ୍କର ଇସ୍ତଫାପତ୍ର ଦେଇଛନ୍ତି। ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ୪ଥର କାର୍ଯ୍ୟ କରିଛନ୍ତି ଦେବାଶିଷ। ସେ ୨୦୦୦ ଓ ୨୦୦୪ରେ ଓଡ଼ିଶାରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ ବରୀ-ଡେରାବିଶ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ତମ, ୧୩ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୯ ଓ ୨୦୧୪ରେ ଓଡ଼ିଶାରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ ବରୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ତମ, ୧୫ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking