32.1 C
Bhubaneswar
Friday, September 20, 2024
Homeଓଡିଶାଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ, ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ, ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପରଲୋକରେ ଅନ୍ତର୍ଜାତୀୟ ସ୍ତରର ଲେଖିକା ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଝିଅ ଗୀତା ମେହେଟ୍ଟା । ୮୦ ବର୍ଷ ବୟସରେ ଗତକାଲି ନୂଆଦିଲ୍ଲୀସ୍ଥିତ ବାସଭବନରେ ହୋଇଛି ତାଙ୍କର ଦେହାନ୍ତ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଯିବେ ବୋଲି ସୂଚନା ମିଳିଛି । ଗୀତା ଏକାଧାରରେ ଜଣେ ଲେଖିକା, ବୃତ୍ତଚିତ୍ର ନିର୍ମାତା, ସାମ୍ବାଦିକା ଥିଲେ । ୧୯୪୩ରେ ଜନ୍ମିତ ଗୀତା ଭାରତ ଓ ବ୍ରିଟେନରେ ଶିକ୍ଷା ଲାଭ କରିଥିଲେ ।

ସେ କେମ୍ବ୍ରିଜ ବିଶ୍ବବିଦ୍ୟାଳୟରେ ଉଚ୍ଚ ଶିକ୍ଷା ଲାଭ କରିଥିଲେ । ତାଙ୍କର କେତେକ ପ୍ରଖ୍ୟାତ ପୁସ୍ତକ ହେଉଛି- କର୍ମା କୋଲା, ସ୍ନେକ ଆଣ୍ଡ ଲ୍ୟାଡର୍ସ, ଏ ରିଭର ସୂତ୍ର, ଦ ଏଟରନାଲ ଗଣେଶ ଇତ୍ୟାଦି । ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗତ ୨୦୧୯ ମସିହାରେ କେନ୍ଦ୍ର ସରକାର ତାଙ୍କ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ । କିନ୍ତୁ ତାହାକୁ ପ୍ରତ୍ୟାଖ୍ୟାନ କରି ଗୀତା ଚର୍ଚ୍ଚାକୁ ଆସିଥିଲେ । ଗୀତାଙ୍କର ସ୍ବାମୀ ସୋନୀ ମେହେଟ୍ଟାଙ୍କର ଗତ ୨୦୧୯ରେ ପରଲୋକ ହୋଇଥିଲା । ୪୦ ବର୍ଷର ସାହିତ୍ୟ ଜୀବନରେ ଅନେକ ଉଲ୍ଲେଖନୀୟ ପୁସ୍ତକ ରଚନା କରିଥିଲେ । ତାଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସମେତ ବହୁ ବିଶିଷ୍ଠ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking