24.1 C
Bhubaneswar
Friday, January 10, 2025
Homeଓଡିଶାଭୁବନେଶ୍ୱରଦକ୍ଷିଣ ପରେ ଏବେ ଉତ୍ତର ମୁହାଁ ଲଘୁଚାପ

ଦକ୍ଷିଣ ପରେ ଏବେ ଉତ୍ତର ମୁହାଁ ଲଘୁଚାପ

ଭୁବନେଶ୍ୱର:ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡିକରେ ବର୍ଷା ଲାଗି ରହିବ । ଆଜି ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା । ଉପକୂଳ ଓଡ଼ିଶାରେ ବର୍ଷା ସମୟରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।ଏଥିପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ ଉପକୂଳ ଓଡ଼ିଶାର ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଏହି ଜିଲ୍ଲା ଗୁଡ଼ିକରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ଫଳରେ ମାଟି ଅତଡ଼ା ଖସିବା ଓ ପାହାଡ଼ ଧସିବା ଆଶଙ୍କା ରହିଛି । ଏହା ସହିତ ସହରାଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ । ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ଏପରି ବର୍ଷା ଲାଗି ରହିବ । ସମ୍ଭାବ୍ୟ ବନ୍ୟା ସ୍ଥିତି ପାଇଁ ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ସତର୍କ ରହିବାକୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ ଚଳିତ ମାସରେ ଦୁଇ ଦୁଇଟି ଲଘୁଚାପ ସତ୍ତ୍ୱେ ସ୍ୱାଭାବିକଠାରୁ ୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking