32.1 C
Bhubaneswar
Monday, May 20, 2024
Homeକରୋନାରାଜ୍ୟରେ ତଳକୁ ଖସୁଛି କରୋନା ଗ୍ରାଫ୍,୨୪ ଘଣ୍ଟା ମଧ୍ୟରେ ବାହାରିଲେ ୧୧ ଜଣ କୋଭିଡ଼ ପଜିଟିଭ

ରାଜ୍ୟରେ ତଳକୁ ଖସୁଛି କରୋନା ଗ୍ରାଫ୍,୨୪ ଘଣ୍ଟା ମଧ୍ୟରେ ବାହାରିଲେ ୧୧ ଜଣ କୋଭିଡ଼ ପଜିଟିଭ

ଭୁବନେଶ୍ଵର : ରାଜ୍ୟରେ ହାରୁଛି କରୋନ। ହ୍ରାସ ପାଉଛି ସଂକ୍ରମଣ ଗ୍ରାଫ୍। ଧିରେ ଧିରେ କୋଭିଡ ମୁକ୍ତ ହେଉଛି ଓଡ଼ିଶା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୦୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୬୮ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ ଏବଂ ଅନୁଗୁଳ, ବଲାଙ୍ଗୀର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୮୦୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୩୩୧୬୯୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking