ପୁଣି ଏକ ଲଘୁଚାପ; ପ୍ରଭାବରେ ୫ ଯାଏ ବର୍ଷିବ

ଭୁବେନଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ଅରେଂଜ ଓାର୍ଣ୍ଣିଂ ଓ ୧୧ ଜିଲ୍ଲାକୁ ୟେଲୋ ଓାର୍ଣ୍ଣିଂ ଜାରି କରାଯାଇଛି । ଗଂଜାମ, ପୁରୀ, କନ୍ଧମାଳ, ଗଜପତି ଜିଲ୍ଲାକୁ ଅରେଂଜ ଓାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, ରାୟଗଡା, ଖୋର୍ଦ୍ଧା, ବୌଦ୍ଧ, ନୟାଗଡ, କଟକକୁ ୟେଲୋ ଓାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଜଗତସିଂହପୁର, କେନ୍ଦ୍ରାପଡା, ସମ୍ବଲପୁର, କଳାହାଣ୍ଡି ଓ ଭଦ୍ରକ ଜିଲ୍ଲାକୁ ବି ୟେଲୋ ଓାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here