ଭୁବନେଶ୍ୱର : ରାଜ୍ୟରେ ଆଜି ସକାଳୁ ସବୁଠୁ ବଡ଼ ଖବର ଆସି ପହଂଚିଛି । ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ହେଲେ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି ।ତାଙ୍କର ବୟସ ୫୦ବର୍ଷ । ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅନ୍ୟପଟେ ରାଜ୍ୟରେ ଆଜି ୧୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, ପୂର୍ବରୁ ୧୦ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଥିଲା । ସେମାନଙ୍କ ମଧ୍ୟରେ ୪ଜଣ ଖୋର୍ଦ୍ଧାର ଓ ୫ଜଣ ଗଞ୍ଜାମ ଜିଲ୍ଲାର ଥିଲେ ଓ ଅନ୍ୟ ଜଣେ କଟକରୁ । । ପୁଣି ଗଞ୍ଜାମରେ ଆଜି ଜଣେ ସଂକ୍ରମଣରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି ।