43.9 C
Bhubaneswar
Friday, April 19, 2024
Homeବ୍ରେକୀଙ୍ଗସେପ୍ଟେମ୍ବର ୧ରୁ ପୁଣି ବର୍ଷା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ସେପ୍ଟେମ୍ବର ୧ରୁ ପୁଣି ବର୍ଷା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ପାଇଁ ପ୍ରବଳ ବର୍ଷା ହୋଇଛି । ଏବେ ଦୁଇ ଦିନ ପାଗ ଶୁଖିଲା ରହିବାକୁ ଥିବା ବେଳେ ସେପ୍ଟେମ୍ବର ୧ ତାରିଖରୁ ପୁଣିଥରେ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ସହ ରାଜ୍ୟର କିଛି ଜିଲ୍ଳାରେ ଘୂର୍ଣ୍ଣିଝଡ଼ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ରାଜ୍ୟର ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୮ଜିଲ୍ଲା ଗୁଡ଼ିକ କେନ୍ଦୁଝର, ମୟୁରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଜଗତସିଂହପୁର, ସୁନ୍ଦରଗଡ଼ ଓ ଗଜପତି ।

ଅନ୍ୟପଟେ , ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି । ଛତିଶଗଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦକୁ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ କରୁଛି । ହୀରାକୁଦର ୩୬ଟି ଗେଟ ବର୍ତ୍ତମାନ ଖୋଲାଯାଇଛି ଏବଂ ୬ ଲକ୍ଷ କ୍ୟୁସେକ ଛଡାଯିବ । ତଳମୁଣ୍ଡ ପାଣିକୁ ମିଶାଇଲେ ମୁଣ୍ଡଳିରେ ୧୦ରୁ ସାଢେ ୧୦ ଲକ୍ଷ କ୍ୟୁସେକ ଯିବ । ଖଅରିମାଳିରୁ ମୁଣ୍ଡଳି ଯାଏ ଏବଂ କଟକ ତଳକୁ ଆଜି ଆଉ ବର୍ଷା ହୋଇନି । ବର୍ଷା ହୋଇନଥିବାରୁ ଆଉ ପାଣି ମିଶିବନି । ସେହି ୧୦ ଲକ୍ଷ ପାଖାପାଖି ଯିବ । ପୂର୍ବରୁ ମହାନଦୀ ସିଷ୍ଟମ ୧୬ ଲକ୍ଷ କ୍ୟୁସେକ ଯାଏ ଜଳ ପ୍ରବାହ ସମ୍ଭାଳିଛି । ତେଣୁ ୧୦ରୁ ସାଢେ ୧୦ ଲକ୍ଷରେ ଏକ ମଧ୍ୟମ ଧରଣର ବନ୍ୟା ଆଶା କରୁଛୁ । ମହାନଦୀ ସିଷ୍ଟମର ସବୁ ଜିଲ୍ଲାପାଳମାନଙ୍କୁ ଆଲର୍ଟ କରାଯାଇଛି ବୋଲି ଏସଆରସି ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking