37.1 C
Bhubaneswar
Thursday, March 28, 2024
Homeଓଡିଶାପୁଣି ଆସୁଛି ଲଘୁଚାପ

ପୁଣି ଆସୁଛି ଲଘୁଚାପ

ଭୁବନେଶ୍ୱର : ପୁଣି ଆସୁଛି ଏକ ଲଘୁଚାପ । ଆସନ୍ତା ୨୧ ତାରିଖରେ ଉତ୍ତରପଶ୍ଚିମ ବଙ୍ଗୋପ ସାଗର ସଂଲଗ୍ନ ବଙ୍ଗୋପସାଗରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହା ଘନୀଭୂତ ହେଲେ ଚଳିତ ମାସର ଦ୍ବିତୀୟ ଲଘୁଚାପ ହେବ।  ରାଜ୍ୟରେ ଆଗାମୀ ଦୁଇଦିନ କାଳବୈଶାଖୀ ସମ୍ଭାବନା ରହିଥିବା ବେଳେ ୧୮ ତାରିଖ ରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିାଗ କେନ୍ଦ୍ରକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି ।

ଆସନ୍ତା ୧୮ ତାରିଖରେ ପାଗରେ ପରିବର୍ତ୍ତନ ହୋଇ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି। ବିଭିନ୍ନ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଅପରପକ୍ଷେ ସମ୍ଭାବ୍ୟ ଲଘୁଚାପ ଏବଂ ସତର୍କ ସୂଚନା ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କତା ରହିବାକୁ ଚିଠି ଲେଖିଛନ୍ତି ଏସଆରସି ।  ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼,କୋରାପୁଟ, ରାୟଗଡ଼ା , ଗଜପତି, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ୯ଟି ଜିଲ୍ଲାକୁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking