28.1 C
Bhubaneswar
Friday, November 22, 2024
Homeଓଡିଶାପୁଣି ବିଳମ୍ବ ହେଲାଣି ଶ୍ରୀଜିଉଙ୍କ ବନକଲାଗି ନୀତି

ପୁଣି ବିଳମ୍ବ ହେଲାଣି ଶ୍ରୀଜିଉଙ୍କ ବନକଲାଗି ନୀତି

ପୁରୀ: ପୁଣି ବିଳମ୍ବ ହେଲାଣି ଶ୍ରୀଜିଉଙ୍କ ବନକଲାଗି ନୀତି। ବନକଲାଗି ବିବାବଦର ଅନ୍ତ ପରେ ଶେଷ ଥର ଅଗଷ୍ଟ ୨୩ରେ ନୀତିକାନ୍ତି ହୋଇଥିଲା। ଏହା ମଧ୍ୟରେ ମାସେ ବିତିଯାଇ ଥିବାବେଳେ ଶ୍ରୀମୁଖ ଶୃଙ୍ଖାର କରାଯାଇନି।

ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତମହାପାତ୍ର ନିଯୋଗ ମଧ୍ୟରେ ଆଲୋଚନାରେ ପ୍ରତି ୧୫ ଦିନରେ ଥର ବନକଲାଗି କରିବାକୁ ସ୍ଥିର ହୋଇଥିଲା । ତେବେ ଅକ୍ଟୋବର ୫ରେ ବନକଲାଗି କରିବାକୁ ନିଷ୍ପତ୍ତି ନିଆଯାଇଛି।

ମହାପ୍ରଭୁଙ୍କ ବନକଲାଗି ନୀତି, ସାଧାରଣ ଭକ୍ତଟିଏ ବୁଝିବା ପାଇଁ ଏହାର ସରଳ ଅର୍ଥ ହେଲା- ମୁଖ ଶିଙ୍ଗାର ବା ମୁଖସଜ୍ଜା। ଶ୍ରୀମନ୍ଦିର ଗର୍ଭଗୃହସ୍ଥ ରତ୍ନସିଂହାସନରେ ବିରାଜିତ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ମୁଖମଣ୍ଡଳର ଦୀପ୍ତି ବଢ଼ାଇବା ଲାଗି ଶହ ଶହ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି ଏହି ଗୁପ୍ତ ନୀତି।

ବନକଲାଗିରେ ମୁଖ୍ୟତଃ ୪ ପ୍ରକାର ପ୍ରାକୃତିକ ରଙ୍ଗ ବ୍ୟବହାର ହୋଇଥାଏ। ଏହା ହେଲା- କଳା, ଧଳା, ନାଲି ଓ ହଳଦିଆ। ଆଉ ଏଥିପାଇଁ ଦରକାର ପଡୁଥିବା ସାମଗ୍ରୀ ଗୁଡ଼ିକ ହେଲା- କଜ୍ଜ୍ୱଳ, ହିଙ୍ଗୁଳ, ହରିତାଳ, କସ୍ତୁରୀ, ଚନ୍ଦନ, କର୍ପୂର, କେଶର ଓ ଘୋରା ଶଙ୍ଖ। ଏଥିରୁ ଅଧିକାଂଶ ବନଜାତ ଦ୍ରବ୍ୟ। ହିଙ୍ଗୁଳକୁ ହଳଦିଆ ରଙ୍ଗ ଭାବେ ବ୍ୟବହାର ହେଉଥିବାବେଳେ ହରିତାଳ ଲାଲ ରଙ୍ଗ ପାଇଁ ଦରକାର।  ବଳଭଦ୍ରଙ୍କ ଶ୍ରୀମୁଖ ଶିଙ୍ଗାର ପାଇଁ ଅତି ଦରକାରୀ ଧଳା ରଙ୍ଗ ମୁଖ୍ୟତଃ ଘୋରା ହୋଇଥିବା ଦକ୍ଷିଣାବର୍ତ୍ତୀ ଶଙ୍ଖରୁ ସଂଗୃହୀତ ହୋଇଥାଏ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking