ଭୁବନେଶ୍ୱର: ଏମ୍ସକୁ ହେବ ଆମ୍ବୁଲାନ୍ସ କରିଡର । ଖଣ୍ଡଗିରିରୁ ଏମ୍ସ ହେବ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର । ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ନିଷ୍ପତ୍ତି ନେଇ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଖଣ୍ଡଗିରିରୁ କଳିଙ୍ଗନଗର ଯାଏ ୩ ଲେନ ସର୍ଭିସ ରୋଡ ପାଇଁ ନିଷ୍ପତ୍ତି ନିଆଯାଇଛି । ଏହା ମଧ୍ୟରୁ ଗୋଟିଏ ଲେନ ଆମ୍ବୁଲାନ୍ସ ପାଇଁ ରିଜର୍ଭ ରହିବ ।









