28.1 C
Bhubaneswar
Tuesday, May 5, 2026
Homeଦେଶ ବିଦେଶମୁମ୍ବାଇ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି

ମୁମ୍ବାଇ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି

ନୂଆଦିଲ୍ଲୀ: ଅହମଦାବାଦ ବିମାନ ଦୁର୍ଘଟଣାରେ ସାରା ଦେଶ ଦୋହଲିଯାଇଥିବା ବେଳେ ଦୁର୍ଘଟଣାର ଭୟ କାହାରି ମନରୁ ଯାଇନି । ଆଉ ଏତିକି ବେଳେ ପୁଣି ଏୟାର ଇଣ୍ଡିଆ ବିମାନରେ ତ୍ରୁଟି ଦେଖିବାକୁ ମିଳିଛି । ଯାନ୍ତ୍ରିକ ତ୍ରୁଟି ପାଇଁ କୋଲକାତାରେ ଜରୁରୀ ଅବତରଣ କଲା ଆମେରିକାରୁ ଆସିଥିବା ବିମାନ । ଆମେରିକା କାର୍ଲିଫର୍ଣ୍ଣିଆର ସାନ୍-ଫ୍ରାନ୍ସିକୋରୁ ମୁମ୍ବାଇ ଯାଉଥିବା ଏହି ବିମାନ କୋଲକାତା ବିମାନବନ୍ଦରରେ ଅବତରଣ କରିଛି ।  ତେବେ ବିମାନର ଇଞ୍ଜିନର ଯାନ୍ତ୍ରିକ ଅସୁବିଧା ଯୋଗୁ ବିମାନକୁ ଜରୁରୀ ଅବତରଣ କରିବାକୁ ପଡିଲା । ଯାନ୍ତ୍ରିକ ତ୍ରୁଟି ପରେ ଯାତ୍ରୀମାନଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଥିଲା । ଏୟାରଇଣ୍ଡିଆର ବିମାନ ଏଆଇ୧୮୦ ଗତକାଲି ରାତି ୧୨ ଟା ୪୫ ମିନିଟ ସମୟରେ କୋଲକାତାରେ ଅବତରଣ କରିଥିଲା । ପରେ ଇଞ୍ଜିନରେ ତ୍ରୁଟି ଯୋଗୁ ବିମାନ ସେଠାରୁ ମୁମ୍ବାଇକୁ ଉଡାଣ ଭରିବାରେ ବିଳମ୍ବ ହୋଇଥିଲା । ପରେ ଭୋର ୫ଟା ୨୦ ମିନିଟ ସମୟରେ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଯିବାକୁ କୁହାଯାଇଥିଲା । ବିମାନର ସୁରକ୍ଷା ଦୃଷ୍ଟିରୁ ଯାତ୍ରୀଙ୍କୁ ଓହ୍ଲାଇଯିବାକୁ ପାଇଲଟ ଅନୁରୋଧ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking