29.1 C
Bhubaneswar
Wednesday, May 1, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ସର୍ବ ଋଣ ଭାର ହୁଏ ପରିଶୋଧ*
ଜ୍ଞାନ-ଶକ୍ତି ଥିଲେ ଜାଣ,
ସୁଝି ହୁଏ ନାହିଁ ଯେତେ ଯାହା ଦିଅ
ତାହା ପିତା-ମାତା ଋଣ ।

ବିଫଳତାରେ ନ ହାରି ଆଗକୁ ବଢ଼ିଲେ ହିଁ ବିଜୟୀ ହୋଇ ପାରିବେ ।

ଜଣେ ବ୍ୟକ୍ତି ନିଜ ଜନ୍ମ ଦ୍ଵାରା ନୁହେଁ ବରଂ ନିଜ କର୍ମ ଦ୍ଵାରା ମହାନ୍ ହୋଇଥାଏ ।

ତୁମେ ତୁମର Future କୁ ବଦଳାଇ ପାରିବ ନାହିଁ ହେଲେ ତୁମର Habits କୁ ବଦଳାଇ ପାରିବ ଆଉ ତୁମର Habits ଦିନେ ତୁମର Future ବଦଳେଇ ଦେବ ।
ମିଛ ବହୁତ ସହଜ ଓ ସୁନ୍ଦର, କିନ୍ତୁ ସେଥିରୁ ମିଳିଥିବା ଖୁସି ମୂଲ୍ୟହୀନ….

ସତ ବହୁତ କଠୋର ଓ ନିଷ୍ଟୁର, କିନ୍ତୁ ସେଥିରୁ ମିଳିଥିବା ଖୁସି ଓ ଆତ୍ମତୃପ୍ତି ବହୁତ ମୂଲ୍ୟବାନ….

ଅଦ୍ୟ ଅପ୍ରେଲ ମାସ ୧୩ ତାରିଖ ୨୦୨୪ ମସିହା(ଶନିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଚୈତ୍ରମାସ- ଶୁକ୍ଳପକ୍ଷ
ତିଥି- ପଞ୍ଚମୀ ଦିବା ଘ ୧୧/୪୪ ଗତେ ଷଷ୍ଠୀ
ନକ୍ଷତ୍ର- ମୃର୍ଗଶିରା ରାତ୍ରି ଘ୦୧/୦୯ ଗତେ ଆର୍ଦ୍ରା
ଚନ୍ଦ୍ର- ବୃଷ ଦିବା ଘ ୦୧/୦୩ ଗତେ ମିଥୁନ
ଯୋଗ- ଶୋଭନ
କରଣ – ବାଳବ
ସୌରମାସ- ମୀନ ୩୧ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୪/୨୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୧/୩୭
*✧═════•❁❀
ଯୋଗିନୀ ଦକ୍ଷିଣେ ଦିବା ଘ୧୧/୪୪ ଗତେ ପଶ୍ଚିମ
ପଞ୍ଚମୀ ର ଏକୋଦିଷ୍ଟ ଓ ଷଷ୍ଠୀ ର ପାର୍ବଣ ଶ୍ରାଦ୍ଧ
କନ୍ୟା ରାଶି ର ଘାତଚନ୍ଦ୍ର
ବୃଷ,ସିଂହ ଓ କନ୍ୟା ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୭/୦୭ ମଧ୍ୟେ ଓ ଘ୦୪/୩୦ ଗତେ ଘ୦୬/୦୩ ମଧ୍ୟେ
ବାରବେଳା – ଦିବା ଘ୦୧/୨୦ ଗତେ ଘ୦୨/୫୫ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୯/୩୩ ଗତେ ଘ୧୨/୪୫ ମଧ୍ୟେ ଓ ରାତ୍ରି ଘ୦୮/୨୬ ଗତେ ଘ୧୦/୫୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ବେଲ ପୋଟଳ ଦିବା ଘ୧୧/୪୪ ଗତେ ନିମ୍ବ ଭକ୍ଷଣ ନିଷେଧ
✧═════•❁❀❁•═════✧
ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।
✧═════•❁❀❁•═════✧
ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।
✧═════•❁❀❁•═════✧
ମିଥୁନ : ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।
✧═════•❁❀❁•═════✧
କର୍କଟ : ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।
✧═════•❁❀❁•═════✧
ସିଂହ : ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।
✧═════•❁❀❁•═════✧
କନ୍ୟା : ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।
✧═════•❁❀❁•═════✧
ତୁଳା : ଦିନଟି କ୍ଳେଶ ଦାୟକ । ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ । ।
✧═════•❁❀❁•═════✧
ବିଛା : ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜନଙ ନିନ୍ଦା ବ୍ୟଥାଦେଇ ପାରେ।
✧═════•❁❀❁•═════✧
ଧନୁ : ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।
✧═════•❁❀❁•═════✧
ମକର : ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତି କ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟ ହେବ। କଣ୍ଟା ବା ମୁନିଆ ବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।
✧═════•❁❀❁•═════✧
କୁମ୍ଭ :ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି। ଦିନଟି ପ୍ରିତିପଦ ରହିବ।
✧═════•❁❀❁•═════✧
ମୀନ : ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking