“ମୁଁ ଲୋକଙ୍କ ନିନ୍ଦା ଆଉ ଅପବାଦ ନୀରବତାର ସହ ଶୁଣେ . କାହିଁକିନା ଉତ୍ତର ଦେବାର ଅଧିକାର କେବଳ ସମୟ ପାଖରେ ହିଁ ଅଛି !!”*
“ଆପଣ ଚାଲୁ ଥିବା ରାସ୍ତାରେ ଯଦି କେହି ସମସ୍ୟାର ପାହାଡ଼ ଛିଡ଼ା କରୁଛି ତଥାପି ଧୈର୍ଯ୍ୟହରା ହୁଅନ୍ତୁ ନାହିଁ , କାହିଁକିନା ଏମାନେ ହେଉଛନ୍ତି ସେହି ଲୋକ ଯିଏ ଆପଣଙ୍କୁ ଚାଲିବା ସମୟରେ ଡେଇଁବା ଶିଖାଇ ଦେଉଛନ୍ତି !!”*
“ପରିବର୍ତ୍ତନ ବିନା ପ୍ରଗତି ସମ୍ଭବ ନୁହେଁ , ଆଉ ଯିଏ ନିଜ ଚିନ୍ନାଧାରା ର ପରିବର୍ତ୍ତନ କରିପାରି ନାହିଁ ସେ କିଛି ବି ପରିବର୍ତ୍ତନ କରିପାରିବ ନାହିଁ !!”*
“ଜୀବନରେ ସବୁବେଳେ ଶାନ୍ତ ରହିବାକୁ ଚେଷ୍ଟା କରନ୍ତୁ ଯାହା ଆପଣଙ୍କୁ ବହୁତ ମଜବୁତ୍ କରିବ . କାହିଁକିନା ଲୁହା ଥଣ୍ଡାରେ ହିଁ ମଜବୁତ୍ ଥାଏ ଆଉ ତାକୁ ଗରମ ଅବସ୍ଥାରେ ଯେପରି ଚାହିଁବେ ସେପରି ଆକାର ଦେଇ ପାରିବେ !!”
“ନକାରାତ୍ମକ ପରିସ୍ଥିତିରେ ଥାଇ ମଧ୍ୟ ସର୍ବଦା ସକାରାତ୍ମକ ଚିନ୍ତା କରନ୍ତୁ , କାହିଁକିନା ଆପଣଙ୍କର ସକରାତ୍ମକ ଚିନ୍ତାଧାରା ଦ୍ବାରା ହିଁ ସମସ୍ତ ସମସ୍ୟାର ସମାଧାନ ହୋଇପାରିବ !!”
“ଉଦ୍ଦେଶ୍ୟ ଯଦି ମହତ ହୋଇଥାଏ ତେବେ ତା ତୁଳନାରେ ବ୍ୟକ୍ତିଗତ ସ୍ବାର୍ଥ ଅତି ତୁଚ୍ଛ ଓ ନଗଣ୍ୟ , କାହିଁକିନା ଆକାଶ ଯେତେ ଉଚ୍ଚ ହୋଇଥାଏ ତାର ସ୍ବଚ୍ଛତା ଓ ଶୁଦ୍ଧତା ସେତେ ଅଧିକ ହୋଇଥାଏ !!”
ଜୀବନରେ ଗୋଟିଏ ଅପ୍ରିୟ କଥା ମନେରଖିଥିବେ….
ଯୋଗ୍ୟତା ଠାରୁ କେହି କିଛି ବେଶି ପାଇଗଲେ, ସେ ତାର ମର୍ଯ୍ୟାଦା ଦେଇ ପାରେ ନାହିଁ….
ଅଦ୍ୟ ଜୁଲାଇ ମାସ ୨୮ ତାରିଖ ୨୦୨୪ ମସିହା(ରବିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଶ୍ରାବଣମାସ- କୃଷ୍ଣପକ୍ଷ
ତିଥି- ଅଷ୍ଟମୀ ରାତ୍ରି ଘ ୦୭/୪୩ ଗତେ ନବମୀ
ନକ୍ଷତ୍ର- ଅଶ୍ଵିନୀ ଦିବା ଘ୧୨/୩୯ ଗତେ ଦ୍ଵିଜା
ଚନ୍ଦ୍ର- ମେଷ
ଯୋଗ- ଶୂଳ
କରଣ – ବାଳବ
ସୌରମାସ- କର୍କଟ ୧୩ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୨୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୧/୫୪
*✧═════•❁❀
ଯୋଗିନୀ ଐଶାନ୍ୟେ ରାତ୍ରି ଘ ୦୭/୪୩ ଗତେ ପୂର୍ବେ
ଅଷ୍ଟମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମେଷ ରାଶି ର ଘାତଚନ୍ଦ୍ର
ମେଷ ରାଶି ର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୧୦/୧୬ଗତେ ଘ୦୧/୩୦ ମଧ୍ୟେ
ମୃତେ ଏକପାଦପୁଷ୍କର ଦୋଷ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ ୦୭/୧୪ ଗତେ ଘ୦୯/୨୭ ମଧ୍ୟେ ଓ ରାତ୍ରି ଘ୦୭/୫୫ଗତେ ଘ୦୯/୩୨ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା୦୬/୧୪ ମଧ୍ୟେ ଓ ରାତ୍ରି ଘ୦୭/୦୭ଗତେ ଘ୦୭/୫୫ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ନଡ଼ିଆ ଭକ୍ଷଣ ନିଷେଧ
✧═════•❁❀❁•═════✧
ଆଜିର ରାଶିଫଳ*
✧═════•❁❀❁•═════✧
ମେଷ
-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।*
✧═════•❁❀❁•═════✧
ବୃଷ
–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।*
✧═════•❁❀❁•═════✧
ମିଥୁନ
-ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।*
✧═════•❁❀❁•═════✧
କର୍କଟ
–ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।*
✧═════•❁❀❁•═════✧
ସିଂହ
– ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।*
✧═════•❁❀❁•═════✧
କନ୍ୟା
– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।*
✧═════•❁❀❁•═════✧
ତୁଳା
–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।*
✧═════•❁❀❁•═════✧
ବିଛା
–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।*
✧═════•❁❀❁•═════✧
ଧନୁ
– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।*
✧═════•❁❀❁•═════✧
ମକର
– ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।*
✧═════•❁❀❁•═════✧
କୁମ୍ଭ
–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।*
✧═════•❁❀❁•═════✧
ମୀନ
–ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।