21.1 C
Bhubaneswar
Thursday, December 11, 2025
Homeଓଡିଶାଅନୁଚିନ୍ତା

ଅନୁଚିନ୍ତା

ଆଖି କାନ ସବୁ ଖୋଲା ରଖି ଚଳ*
ବଦଳି ଯାଇଛି କାଳ,
ସୁଯୋଗ ପାଇଲେ ତୁମ ନିଜ ଲୋକ
ଉପାଡିବେ ଚେର ମୂଳ ।
କଠିନ ରାସ୍ତା ଦେଖି କେବେ ଡରିଯାଆନ୍ତୁ ନାହିଁ
କାହିଁକି ନା ସବୁ କଠିନ ରାସ୍ତାର ଅନ୍ତ ସବୁବେଳେ ସୁନ୍ଦର ଜାଗାରେ ହିଁ ସରିଥାଏ ।

ଜୀବନର ପ୍ରତ୍ୟେକ ମୁହୁର୍ତ୍ତକୁ ଖୁସିରେ ବଞ୍ଚିବାକୁ ଚେଷ୍ଟା କରନ୍ତୁ, କାହିଁକି କି ନା ପ୍ରତିଦିନ ସନ୍ଧ୍ୟାରେ କେବଳ ସୂର୍ଯ୍ୟ ଅସ୍ତ ହୁଏ ନାହିଁ ବରଂ ସମସ୍ତଙ୍କ ଜୀବନର ବହୁମୂଲ୍ଯ ଦିନଟିଏ ବି ଶେଷ ହୋଇଥାଏ

ଆଜି କାଲି ଦୁନିଆରେ ସମ୍ପର୍କର ଅର୍ଥ କେବଳ ସ୍ବାର୍ଥ,,,,,,,*

ଲଜ୍ଯା ଆଉ ସଂସ୍କାର ଯେଉଁ “ଝିଅ” ପାଖେ ଅଛି,,,,ତା ଠାରୁ ସୁନ୍ଦର ଆଉ କେହି ନାହିଁ ।*
*ଆଉ ଯେଉଁ “ପୁଅ” ପାଖରେ ମର୍ଯ୍ଯାଦା ଅଛି ତା ଠାରୁ ବଡ କଥା ଆଉ କଣ ଅଛି

ଜୀବନରେ କିଛି ବି ଜିନିଷ ସହଜରେ ପାଇବାକୁ ଚେଷ୍ଟା କର ନାହିଁ କାରଣ ଯେଉଁ ଜିନିଷ ସହଜରେ ମିଳିଥାଏ, ସେ ଜିନିଷ ବେଶୀ ଦିନ ରହେ ନାହିଁ ଆଉ ଯେଉଁ ଜିନିଷ ବେଶୀ ଦିନ ରହେ ତାହା ଏତେ ସହଜରେ ମିଳେ ନାହିଁ l*
ପରିବର୍ତ୍ତନ ହିଁ ସଂସାରର ନିୟମ ଅଟେ,କିଛି ବି ଚିରସ୍ଥାୟୀ ନୁହେଁ। ସଂପର୍କ ,ସମୟ,ପ୍ରେମ ,ଘୃଣା ଆଉ ବୟସ ସବୁକିଛି ସମୟ ସହ ବଦଳିଯାଏ।*
ଆଜି ଯଦି ଦିନକୁ ୬ ଘଣ୍ଟା ପଢ଼ିବା ପାଇଁଁ କଷ୍ଟ ଲାଗୁଛି ତ ଦିନ ମଜୁରୀଆ ଭାବେ ଦିନକୁ ୧୨ ଘଣ୍ଟା ଖଟିବା ପାଇଁ ପ୍ରସ୍ତୁତ ରୁହ କାରଣ ଜୀବନରେ ଶିକ୍ଷା ବହୁତ ଆବଶ୍ୟକ….

ଅଦ୍ୟ ଅଗଷ୍ଟ ମାସ ୧୮ ତାରିଖ ୨୦୨୪ ମସିହା(ରବିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଶ୍ରାବଣମାସ- ଶୁକ୍ଳପକ୍ଷ
ତିଥି- ତ୍ରୟୋଦଶୀ ପ୍ରାତଃ ଘ ୦୬/୧୬ ଗତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ଉତ୍ତରାଷାଢ଼ା ଦିବା ଘ ୧୧/୧୨ ଗତେ ଶ୍ରବଣା
ଚନ୍ଦ୍ର-ମକର
ଯୋଗ- ତୈତିଳ
କରଣ – ଗର
ସୌରମାସ- ସିଂହ ୦୩ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୩୧/୫୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୯/୫୪
*✧═════•❁❀
ଯୋଗିନୀ ଦକ୍ଷିଣେ ପ୍ରାତଃ ଘ ୦୬/୧୬ ଗତେ ପଶ୍ଚିମେ
ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମେଷ ରାଶି ର ଘାତବାର
ସିଂହ ରାଶିର ଘାତଚନ୍ଦ୍ର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୧୯/୦୭ ଗତେ ଘ୦୧/୨୭ ମଧ୍ୟେ
ଅଦ୍ୟ ମୃତେ ଦ୍ଵିପାଦଦୋଷ ଓ ଦିବା ଘ ୧୧/୧୨ ଗତେ ଏକ ପାଦ ପୁଷ୍କର ଦୋଷ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୨୦ଗତେ ଘ୦୮/୩୩ ମଧ୍ୟେ ରାତ୍ରି ଘ୦୭/୪୩ ଗତେ ଘ୦୯/୧୮ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୨୦ ମଧ୍ୟେ ରାତ୍ରି ଘ୦୬/୫୪ ଗତେ ଘ୦୭/୪୦ ମଧ୍ୟେ*
═✧*══•❁❀❁•═════✧
ଅଦ୍ୟ ବିରି ଭକ୍ଷଣ ନିଷେଧ

✧═════•❁❀❁•═════✧
ଆଜିର ରାଶିଫଳ*
✧═════•❁❀❁•═════✧

ମେଷ
ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*
✧═════•❁❀❁•═════✧
ବୃଷ
ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ ।*
✧═════•❁❀❁•═════✧
ମିଥୁନ
କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।*
✧═════•❁❀❁•═════✧
କର୍କଟ
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।*
✧═════•❁❀❁•═════✧
ସିଂହ
ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
✧═════•❁❀❁•═════✧
କନ୍ୟା
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।*
✧═════•❁❀❁•═════✧
ତୁଳା
କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ ।**✧═════•❁❀❁•═════

ବିଛା
ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
✧═════•❁❀❁•═════✧
ଧନୁ
ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।*

✧═════•❁❀❁•═════✧
ମକର
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।*
✧═════•❁❀❁•═════✧
କୁମ୍ଭ
ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।*
✧═════•❁❀❁•═════✧
ମୀନ
ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking