35.1 C
Bhubaneswar
Tuesday, October 1, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଉତ୍ତମ କାର୍ଯ୍ୟ,ଉତ୍ତମ ଚିନ୍ତା, ଉତ୍ତମ ଲୋକଙ୍କ ସଂସ୍ପର୍ଶରେ ଆସ । ବିଚାରଧାରାରେ ସଂଯମ ରକ୍ଷା କର. ପରମ ଶାନ୍ତି ମିଳିବ । ଏହା ହିଁ ଚିତ୍ତ ସନ୍ତୋଷର ମାଧ୍ଯମ ।*

ପିତା ମାତା ଠାରୁ ବଡ ଦେବତା କେଁ ସରଗ ରାଇଜେ ନାହିଁ,*
ତାଙ୍କରି ଆଶିଷ ସାହା ଏକା ସିନା ବିପଦୁଁ ତରିବା ପାଇଁ ।

କୋଇଲାକୁ ଯେତେ କ୍ଷୀରରେ ଧୋଇଲେ ବି ତା’ର ରଙ୍ଗରେ କେବେ ବି ପରିବର୍ତ୍ତନ ଆସି ନଥାଏ ସେମିତି ଦୁନିଆରେ ଏମିତି କିଛି ଲୋକ ଥାଆନ୍ତି , ସେମାନଙ୍କୁ ଯେତେ ଭଲ ପାଇବା , ସ୍ନେହ ଦେଲେ ମଧ୍ୟ ସେମାନେ ନିଜର ହୋଇ ପାରନ୍ତି ନାହିଁ ।

ରାଗରେ ଅନ୍ଧ ହୋଇ କିଛି ବି ଭୁଲ ନିଷ୍ପତ୍ତି ନିଅନ୍ତୁ ନାହିଁ , କାହିଁକିନା ରାଗ ସିନା ପରେ ଶାନ୍ତି ହୋଇଯାଏ କିନ୍ତୁ ରାଗରେ ନେଇଥିବା ନିଷ୍ପତ୍ତି ପାଇଁ ସାରା ଜୀବନ ପଶ୍ଚାତାପ କରିବାକୁ ପଡିଥାଏ ।

ପର Income ରେ ସୁସ୍ବାଦୁ ଭୋଜନ ଖାଇବାଠୁ ନିଜ Income ରେ ଶାଗ – ପଖାଳ ଖାଇ ରହିବା ଶ୍ରେୟସ୍କର ।

ସମୟର ଗତିପଥ କେବେ ଆଉ କେମିତି ବଦଳି ଯାଏ, ଏହା ସମ୍ବାଦ ପତ୍ର ଙ୍କୁ ପଚାରନ୍ତୁ….

ଯାହା ସକାଳୁ ମୂଲ୍ୟବାନ ହୋଇଥାଏ ଆଉ ସନ୍ଧ୍ୟା ବେଳକୁ ରଦ୍ଧି….

ଅଦ୍ୟ ଅକ୍ଟୋବର ମାସ ୦୧ ତାରିଖ ୨୦୨୪ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଆଶ୍ୱିନମାସ- କୃଷ୍ଣପକ୍ଷ
ତିଥି- ଚତୁର୍ଦ୍ଦଶୀ ରାତ୍ରି ଘ୦୯/୩୩ ଗତେ ଅମାବାସ୍ୟା
ନକ୍ଷତ୍ର- ପୂର୍ବା ଫା ଦିବା ଘ୦୯/୫୮ ଗତେ ଉତ୍ତରା ଫା
ଚନ୍ଦ୍ର – ସିଂହ ଦିବା ଘ୦୪/୪୪ ଗତେ କନ୍ୟା
ଯୋଗ- ଶୁକ୍ଲ
କରଣ – ବିଷ୍ଟି
ସୌରମାସ- କନ୍ୟା ୧୬ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୪୧/୫୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୨/୫୬
*✧═════•❁❀
ଯୋଗିନୀ ପଶ୍ଚିମେ ରାତ୍ରି ଘ୦୯/୩୩ ଗତେ ଐଶାନ୍ୟେ
ଚତୁର୍ଦ୍ଦଶୀ ର ଏକୋଡ଼ିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ମହାଳୟା ବିଧିରେ ହେବ
ବୃଷ ରାଶିର ଘାତ ଚନ୍ଦ୍ର
ମକର ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୧/୦୨ଗତେ ଘ୦୨/୩୨ ମଧ୍ୟେ
ବାରବେଳା – ଦିବା ଘ୦୭/୧୨ ଗତେ ଘ୦୮/୪୨ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ ଘ୦୬/୩୨ ମଧ୍ୟେ ଓ ଘ୦୮/୪୩ ଗତେ ଘ୧୧/୨୦ ମଧ୍ୟେ ଓ ରାତ୍ରି ଘ୦୭/୫୩ଗତେ ଘ୧୧/୪୪ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ସନ୍ଧ୍ୟା ଘ୦୫/୩୩ଗତେ ଘ୦୭/୫୦ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ବିରି ଭକ୍ଷଣ ନିଷେଧ
═✧══•❁❀❁•════
ଆଜିର ରାଶିଫଳ*
*✧═════•❁❀❁•═════
ମେଷ
– ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |*
✧═════•❁❀❁•═════
ବୃଷ
– ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।*
✧═════•❁❀❁•═════
ମିଥୁନ
– ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।*
✧═════•❁❀❁•═════
କର୍କଟ
– ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |*
✧═════•❁❀❁•═════
ସିଂହ
– ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |*
✧═════•❁❀❁•═════
କନ୍ୟା
– ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।*
✧═════•❁❀❁•═════✧
ତୁଳା
– ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।*
✧═════•❁❀❁•═════✧
ବିଛା
– ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।*
✧═════•❁❀❁•═════✧
ଧନୁ
– ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।*
✧═════•❁❀❁•═════
ମକର
– ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |*
✧═════•❁❀❁•═════✧
କୁମ୍ଭ
– ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |*

*✧═════•❁❀❁•═════
ମୀନ – ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking