21.1 C
Bhubaneswar
Friday, December 27, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଜୀବନରେ ସବୁବେଳେ ଛୋଟ ଛୋଟ ଭୁଲ କରିବା ଠାରୁ ଦୂରେଇ ରହିବା ଉଚିତ, କାହିଁକି ନା ମନୁଷ୍ୟ ପାହାଡ଼ ଠାରୁ ନୁହେଁ, ବରଂ ପଥର ଠାରୁ ହିଁ ଝୁଣ୍ଟିଥାଏ ।*
ଅସମୟରେ ଶହାନଭୂତି*
ଦେଉଥୁବା ଲୋକଟି ନୁହେଁ
ଅସମୟରେ ଆପଣଙ୍କ ସାଥିରେ
ରହିଥିବା ଲୋକଟିକୁ ହଁ
ଜୀବନର ପ୍ରକୃତ ସାଥି ବୋଲି କୁହାଯାଏ ।

ଭଲ ପାଇଁ ଭଲ ରହିବା ଠିକ୍ କିନ୍ତୁ*
ଖରାପ ପାଇଁ କଦାପି ଖରାପ ହୁଅନ୍ତୁନି…
କାରଣ ଆପଣ ପାଣିରେ
ରକ୍ତକୁ ସଫା କରିପାରିବେ
ରକ୍ତରେ..ରକ୍ତକୁ ନୁହେଁ…।

ଅନେକ ଲୋକ ପରକୁ ବିପଦରେ ପକାଇ, ତାହାର ସରଳତାର ସୁଯୋଗ ନେଇ ନିନ୍ଦିତ କରି ଖୁସି ମନାଇ ଥାନ୍ତି। ସେ ଖୁସି ଯେ ଅଳ୍ପ ଦିନର, ସେମାନେ ଜାଣି ନଥାନ୍ତି ଯେ ଅନ୍ୟ ପାଇଁ ଖୋଳିଥିବା ଗାତରେ ସେ ନିଜେ ପଡିବେ ବୋଲି। କାରଣ ଉପରବାଲା ସବୁ ଦେଖୁଛି। ଯିଏ ସତ ପଥରେ ଗତିକରେ ଭଗବାନ ତା ସାଥିରେ ଥାନ୍ତି।*

ଭଲପାଅ ତାଙ୍କୁ ଯିଏ ତୁମକୁ ବିନା ଉଦେଶ୍ୟ ରଖି ଭଲପାଇବାକୁ ଚାହୁଁଛି, କାରଣ ଏ ଦୁନିଆରେ ଭଲପାଇବା ଲୋକ କମ ଓ କଷ୍ଟ ଦେଲା ଲୋକ ଅଧିକ ମିଳନ୍ତି ।*

ମୁଁ ଚୁପ ରହିଛି ତା ମାନେ ନୁହେଁ ମୁଁ ଦୋଷ କରିଛି, ବେଳେବେଳେ Silence ବି Best Answer ହୋଇଥାଏ…. କେବଳ Timeକୁ ଅପେକ୍ଷା କରିଛି ।

ମଣିଷର ସବୁଠାରୁ ଦାମିକା ଅଳଙ୍କାର ହେଉଛି ତାର ଚରିତ୍ର, ଯାହା ଥରେ ହଜିଗଲେ ଆଉ ମିଳେ ନାହିଁ….

କାରଣ ଏ ଅଳଙ୍କାର ତିଆରି କରିବା ପାଇଁ ଇଶ୍ଵର କାରିଗର ଗଢ଼ିନାହାନ୍ତି….

ଅଦ୍ୟ ନଭେମ୍ବର ମାସ ୦୭ ତାରିଖ ୨୦୨୪ ମସିହା(ଗୁରୁବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
କାର୍ତ୍ତିକମାସ- ଶୁକ୍ଳପକ୍ଷ
ତିଥି- ଷଷ୍ଠୀ ରାତ୍ରି ଘ ୧୨/୩୫ ଗତେ ସପ୍ତମୀ
ନକ୍ଷତ୍ର- ପୂର୍ବାଷାଢ଼ା ଦିବା ଘ ୧୨/୨୪ ଗତେ ଉତ୍ତରାଷାଢ଼ା
ଚନ୍ଦ୍ର – ଧନୁ ରାତ୍ରି ଘ ୦୬/୩୨ ଗତେ ମକର
ଯୋଗ- ଧୃତି
କରଣ – କୌଳବ
ସୌରମାସ- ତୁଳା ୨୨ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୫୫/୪୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୭/୨୬
*✧═════•❁❀
ଯୋଗିନୀ ପଶ୍ଚିମେ ରାତ୍ରି ଘ୧୨/୩୫ ଗତେ ବାୟବ୍ୟେ
ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ସିଂହ ରାଶି ର ଘାତ ଚନ୍ଦ୍ର
ତୁଳା ଓ କୁମ୍ଭ ରାଶି ର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୧/୧୬ଗତେ ଘ୦୫/୦୫ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ ଘ୦୭/୩୩ ମଧ୍ୟେ ଓ ସନ୍ଧ୍ୟା ଘ୦୫/୫୪ ଗତେ ରାତ୍ରି ଘ୦୯/୦୫ ମଧ୍ୟେ ଓ ରାତ୍ରି ଘ୧୧/୩୦ ଗତେ ଘ୦୨/୪୧ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।-ନାସ୍ତି
═✧*══•❁❀❁•═════✧
ଅଦ୍ୟ ବେଲ ଭକ୍ଷଣ ନିଷେଧ

✧═════•❁❀❁•═════
ଆଜିର ରାଶିଫଳ
*✧═════•❁❀❁•═════
ମେଷ
: ଆଜି ଆପଣଙ୍କର ଆକସ୍ମିକ ଧନ ଲାଭ ଯୋଗ ରହିଛି। ସାହାଯ୍ୟ ର ହାତବଢାଇବା ପାଇଁ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।*
*✧═════•❁❀❁•═════
ବୃଷ
: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।*
*✧═════•❁❀❁•═════
ମିଥୁନ
: ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।*
✧═════•❁❀❁•═════
କର୍କଟ
: ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।*
*✧═════•❁❀❁•═════
ସିଂହ
: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।*
*✧═════•❁❀❁•═════
କନ୍ୟା
ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।*
*✧═════•❁❀❁•═════
ତୁଳା
: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।*
*✧═════•❁❀❁•═════
ବିଛା
: ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।*
*✧═════•❁❀❁•═════
ଧନୁ
: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।*
*✧═════•❁❀❁•═════
ମକର
: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।*
✧═════•❁❀❁•═════
କୁମ୍ଭ
: ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।*
✧═════•❁❀❁•═════
ମୀନ
: ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking