20.1 C
Bhubaneswar
Thursday, January 9, 2025
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ପରିବାର ଉପରେ ଥିବା ଧର୍ଯ୍ୟକୁ ଆମେ ଭଲପାଇବା କହିଥାଉ ,
ଅନ୍ୟ ମାନଙ୍କ ଉପରେ ଥିବା ଧର୍ଯ୍ୟକୁ ଆମେ ସମ୍ମାନ କହିଥାଉ ,
ନିଜ ଉପରେ ଥିବା ଧର୍ଯ୍ୟକୁ ଆମେ ଆତ୍ମସମ୍ମାନ କହିଥାଉ ,
ହେଲେ ଭଗବାନଙ୍କ ଉପରେ ଥିବା ଧର୍ଯ୍ୟକୁ ଆମେ ଧର୍ମସବିଶ୍ବାସ କହିଥାଉ ll
ଦୁନିଆର ସବୁଠୁ ବଡ ସମ୍ପତ୍ତି ହେଲା ବୁଦ୍ଧି,
ଦୁନିଆର ସବୁଠୁ ବଡ ଅସ୍ତ୍ର ହେଲା ଧର୍ଯ୍ୟ,
ଦୁନିଆର ସବୁଠୁ ଅଧିକ ସମ୍ମାନ ଦେଇଥାଏ ବିଦ୍ୟା,
ଦୁନିଆର ସବୁଠୁ ବଡ ସୁରକ୍ଷା ଦେଇଥାଏ ବିଶ୍ବାସ ,
ଦୁନିଆର ସବୁଠୁ ଖୁସିରେ ରହିବାର ଔଷଧ ହେଲା ହସ ,
ଆଉ ସବୁଠୁ ବଡ କଥା ଏଗୁଡିକ ବିନା ମୂଲ୍ୟରେ ମିଲେ ll

*କ୍ରୋଧ” କେବଳ ନିଜର କ୍ଷତି କରେ, “ହସ” ସମ୍ପର୍କ ସୃଷ୍ଟି କରିବାକୁ ରାସ୍ତା ଦେଖାଏ, “ଅଭିମାନ” ସମ୍ପର୍କକୁ ନିବିଡ଼ କରେ, “ସ୍ନେହରେ” ସମ୍ପର୍କ ବନ୍ଧା ହୁଏ, “ଅହଙ୍କାର” ସମ୍ପର୍କରୁ ଦୁରେଇ ଦିଏ,”ଜିଦ୍ଦି” ସମ୍ପର୍କକୁ ଭାଙ୍ଗି ଦିଏ ll
କାହାକୁ ନିଜ ଜୀବନରେ ଅଧିକ ଗୁରୁତ୍ବ ଦେବା ଆଗରୁ ଏଇଟା ଚିନ୍ତା କରିବା କଥା ଯେ….

ସେ ଆପଣଙ୍କୁ କେତେ ନିଜର କରିପାରୁଛି ନା ମିଛ ଅଭିନୟ କରୁଛି.

ଅଦ୍ୟ ଜାନୁଆରୀ ମାସ ୦୯ ତାରିଖ ୨୦୨୫ ମସିହା (ଗୁରୁବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ପୌଷ ମାସ- ଶୁକ୍ଳପକ୍ଷ
ତିଥି- ଦଶମୀ ଦିବା ଘ ୧୨/୨୪ ଗତେ ଏକାଦଶୀ
ନକ୍ଷତ୍ର- ଦ୍ଵିଜା ଦିବା ଘ୦୩/୪୫ ଗତେ କୃତ୍ତିକା
ଚନ୍ଦ୍ର – ମେଷ ରାତ୍ରି ଘ୦୯/୨୪ ଗତେ ବୃଷ
ଯୋଗ- ସାଧ୍ୟ
କରଣ – ଗର
ସୌରମାସ- ଧନୁ ୨୫ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୬/୨୭/୩୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୦/୩୭
*✧═════•❁❀
ଯୋଗିନୀ ଉତ୍ତରେ ଦିବା ଘ୧୨/୨୪ ଗତେ ଅଗ୍ନିକୋଣେ ଦଶମୀ ର ଏକୋଦିଷ୍ଟ ଓ ଏକାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ବିଛା ରାଶିର ଘାତଚନ୍ଦ୍ର
ତୁଳା ଓ କୁମ୍ଭ ରାଶି ର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୨/୪୦ ଗତେ ଘ୦୫/୨୩ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୦୫ ମଧ୍ୟେ ଓ ଘ୦୨/୨୭ ଗତେ ଘ୦୨/୩୯ ମଧ୍ୟେ ଓ ରାତ୍ରି ଘ୦୬/୧୦ ଗତେ ଘ୦୯/୨୨ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ କଳମଶାଗ ଦିବା ଘ୧୨/୨୪ ଗତେ ଶିମ୍ବ ଭକ୍ଷଣ ନିଷେଧ

✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।*
✧═════•❁❀❁•═════
ବୃଷ
: ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।*
✧═════•❁❀❁•═════
ମିଥୁନ
: ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।*
✧═════•❁❀❁•═════
କର୍କଟ
: ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।*
✧═════•❁❀❁•═════
ସିଂହ
: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।*
✧═════•❁❀❁•═════
କନ୍ୟା
: ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।*

✧═════•❁❀❁•═════
ତୁଳା
: ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।*
✧═════•❁❀❁•═════
ବିଛା
: ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।*
✧═════•❁❀❁•═════
ଧନୁ
: ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।*
✧═════•❁❀❁•═════
ମକର
: ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।*
✧═════•❁❀❁•═════
କୁମ୍ଭ
: ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।*
✧═════•❁❀❁•═════
ମୀନ
: ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking