ଦୁର୍ଦଶା ଓ ଦୁଃଖ ସମୟ ଏକ ଉତ୍ତମ ଶିକ୍ଷକ ହୋଇଥାଏ . କିନ୍ତୁ ଆମକୁ ଏକ ଉତ୍ତମ ଛାତ୍ର ହୋଈ ଦୂରଦିନ ଓ ଦୁର୍ଦଶାର ସମୟ ଠାରୁ ଯଦି ଉତ୍ତମ ଶିକ୍ଷା ନେବାରେ ସଫଳ ହେଵା ତାହେଲେ ତାହା ଜୀବନର ବଳକା ସମୟ ବେଶ ଭଲରେ କାଟିବା ସହ ଆମକୁ ନିଜ ଉପରେ ଆତ୍ମ ବିଶ୍ୱାସ ଆସିଥାଏ ll*
କାହା ଉପରେ ଅତ୍ୟାଧିକ ଭରଷା କରିବା ମୂର୍ଖାମି, କାରଣ ଅନ୍ଧାରରେ ନିଜ ଛାଇ ବି ସାଥୀରେ ରହେନାହିଁ । ଯଦି ସ୍ୱପ୍ନ ପୁରା ହେଉନାହିଁ ତେବେ ରାସ୍ତା ବଦଳାନ୍ତୁ, ସିଦ୍ଧାନ୍ତ ନୁହେଁ କାରଣ ଗଛ ସର୍ବଦା ପତ୍ର ବଦଳେଇଥାଏ ମୂଳ ନୁହେଁ ll*
ଯେଉଁ ଜାତି ନିଜ ଜାତିକୁ ଭଲପାଏ ନାହିଁ । ନିଜ ସମାଜକୁ ଭଲପାଏ ନାହିଁ । ନିଜ ପରିବାରକୁ ଭଲପାଏ ନାହିଁ । ସେ ଜାତି ଜାତି ନୁହେଁ, ସେ ଧର୍ମ ଧର୍ମ ନୁହେଁ, ସେ ଶିକ୍ଷା ଶିକ୍ଷା ନୁହେଁ । ଶିକ୍ଷାର କିଛି ମୂଲ୍ୟ ନାହିଁ ।।
ନିଜକୁ ସଚ୍ଚୋଟ ବନାଇବା ଆଶାରେ ନିଜ ଜୀବନ ନଷ୍ଟ କର ନାହିଁ ଆବଶ୍ୟକତା ଠାରୁ ଅଧିକ ସଚ୍ଚୋଟ ରହିଲେ ଲୋକେ ଲେମ୍ବୁ ପରି ଚିପୁଡି ଦିଅନ୍ତି ଶେଷରେ ଲେମ୍ବୁ ଚୋପାପରି ଅାପଣବି ପିତା ହୋଇଯିବେ ll
ପ୍ରକୃତ ଶିକ୍ଷାର ଲକ୍ଷ୍ୟ ହେଉଛି ଚରିତ୍ର ସହିତ ବୁଦ୍ଧି ବିକାଶ କରିବା ପୂର୍ଣ୍ଣ ଏକାଗ୍ରତା ସହିତ ଚିନ୍ତା କରିବାର କ୍ଷମତା ହେଉଛି ଶିକ୍ଷାର କାର୍ଯ୍ୟ । ମଣିଷ ଯେତେ ଶିକ୍ଷିତ ହେଉନା କାହିଁକି ଯଦି ସଂସ୍କାର ଆଉ ବ୍ୟବହାର ନଥିଲେ ସେ ଶିକ୍ଷା ବି ମୂଲ୍ୟହୀନ….
ଅଦ୍ୟ ଜାନୁଆରୀ ମାସ ୨୮ତାରିଖ ୨୦୨୫ ମସିହା (ମଙ୍ଗଳବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ମାଘମାସ- କୃଷ୍ଣପକ୍ଷ
ତିଥି- ଚତୁର୍ଦ୍ଦଶୀ ରାତ୍ରି ଘ ୦୮/୦୩ ଗତେ ଅମାବାସ୍ୟା
ନକ୍ଷତ୍ର- ପୂର୍ବାଷାଢ଼ା ଦିବା ଘ ୧୦/୧୨ ଗତେ ଉତ୍ତରାଷାଢ଼ା
ଚନ୍ଦ୍ର – ଧନୁ ଦିବା ଘ ୦୩/୫୨ ଗତେ ମକର
ଯୋଗ- ବଜ୍ର
କରଣ – ବିଷ୍ଟି
ସୌରମାସ- ମକର ୧୫ ଦିନ ✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୨୭/୦୬
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୩/୩୨
*✧═════•❁❀
ଯୋଗିନୀ ପଶ୍ଚିମେ ରାତ୍ରି ଘ୦୮/୦୩ ଗତେ ଐଶାନ୍ୟେ
ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର
ମକର ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୧/୨୮ ଗତେ ଘ୦୨/୫୦ ମଧ୍ୟେ
ବାରବେଳା – ଦିବା ଘ୦୭/୪୭ ଗତେ ଘ୦୯/୧୦ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୯/୧୧ ଗତେ ଘ୧୧/୧୩ ମଧ୍ୟେ ଓ ଘ୦୨/୫୧ ଗତେ ଘ୦୩/୧୩ ମଧ୍ୟେ ଓ ଘ୦୪/୦୧ ଗତେ ଘ୦୫/୩୩ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ବିରି ରାତ୍ରି ଘ୦୮/୦୩ଗତେ ଆମିଷ ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
: ଆଜି ଆପଣଙ୍କର ଆକସ୍ମିକ ଧନ ଲାଭ ଯୋଗ ରହିଛି। ସାହାଯ୍ୟ ର ହାତବଢାଇବା ପାଇଁ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।*
ବୃଷ
: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।*
✧═════•❁❀❁•═════
ମିଥୁନ
: ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।*
✧═════•❁❀❁•═════
କର୍କଟ
: ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।*
✧═════•❁❀❁•═════
ସିଂହ
: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।*
*✧═════•❁❀❁•═════
କନ୍ୟା
: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।*
✧═════•❁❀❁•═════
ତୁଳା
: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।*
✧═════•❁❀❁•═════
ବିଛା
: ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।*
✧═════•❁❀❁•═════
ଧନୁ
: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।*
✧═════•❁❀❁•═════
ମକର
: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।*
✧═════•❁❀❁•═════
କୁମ୍ଭ
: ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।*
✧═════•❁❀❁•═════
ମୀନ
: ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।










