25.1 C
Bhubaneswar
Monday, December 8, 2025
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ପୁଣ୍ୟ କରିବା ସମୟରେ ମନୁଷ୍ୟ ଭାବିନିଏ ଭଗବାନ ଦେଖନ୍ତି ,କିନ୍ତୁ ପାପ କରିବା ସମୟରେ ସେ ଭୁଲିଯାଏ,
ଦାନ କରିବା ବେଳେ ମନୁଷ୍ୟ ଭାବିନିଏ ଭଗବାନ ସର୍ବତ୍ର ବିଦ୍ୟମାନ କିନ୍ତୁ ,ଚୋରି କରିବା ସମୟରେ ସେ ଭୁଲିଯାଏ,
ପ୍ରମ କରିବା ବେଳେ ମନୁଷ୍ୟ ଭାବିନିଏ ସମଗ୍ର ଦୁନିଆ ଭଗବାନଙ୍କ ଦ୍ବାରା ନିର୍ମିତ ,କିନ୍ତୁ ଘୃଣା କରିବା ସମୟରେ ସେ ଭୁଲିଯାଏ ll
ନିଜ ଉପରେ କିପରି ଭରଷା ରଖାଯାଏ ନଦୀ ପାଖରୁ ଶିଖ
ଏହା ପାହାଡରୁ ବାହାରିବା ପରେ ପଚାରେ ନାହିଁ ଯେ ସମୁଦ୍ର କେତେ ବାଟ ଧର୍ଯ୍ୟ ଓ ସହନଶୀଳତା ହିଁ ସଫଳତା ଦେଇଥାଏ ll

କ୍ରୋଧ ଆସିଲେ ଚିଲେଇବା ପାଇଁ ଶକ୍ତିର ଆବଶ୍ୟକ ହୋଇ ନ ଥାଏ କିନ୍ତୁ କ୍ରୋଧ ଆସିଲେ ଚୁପ୍ ରହିବା ପାଇଁ ବହୁତ ଶକ୍ତିର ଆବଶ୍ୟକତା ଥାଏ । ଭଲ ଲୋକଙ୍କୁ ଭୁଲ୍ ବୁଝୁଥିବା ମଣିଷ ଭବିଷ୍ୟତରେ ବହୁତ ପସ୍ତାଏ, ଯେତେବେଳେ ଠିକ୍ ବୁଝିବା ଆରମ୍ଭ କରେ ସେତେବେଳେ ସବୁକିଛି ସରି ଯାଇଥାଏ ।

ବିନା ଚାବିରେ କେବେ ତାଲା ତିଆରି ହୋଇନଥାଏ….

ଠିକ୍ ସେହିପରି ଭଗବାନ ମଙ୍ଗଳ କାରୀ ଓ କଲ୍ୟାଣ କାରୀ ଅଟନ୍ତି କିନ୍ତୁ ମାୟା ଏମିତି ଅସୁବିଧା ସୁଷ୍ଟି କରି ଥାଏ ,ତାହା ଧର୍ଯ୍ୟର ସହିତ ସମାଧାନ କରିବା ଆବଶ୍ୟକତା ଅଟେ, ସେ ସମୟ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବା ଦରକାର। ସମୟ ବଡ ବଳବାନ ଅଟେ

ଅଦ୍ୟ ଫେବୃଆରୀ ମାସ ୨୮ ତାରିଖ ୨୦୨୫ ମସିହା (ଶୁକ୍ରବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଫାଲଗୁନ ମାସ- କୃଷ୍ଣପକ୍ଷ
ତିଥି- ଅମାବାସ୍ୟା ଦିବା ଘ୦୬/୩୬ ଗତେ ପ୍ରତିପଦ
ନକ୍ଷତ୍ର- ଶତଭିଶା ଦିବା ଘ୦୨/୩୧ ଗତେ ପୂର୍ବଭାଦ୍ର
ଚନ୍ଦ୍ର – କୁମ୍ଭ
ଯୋଗ- ସିଦ୍ଧି
କରଣ – ନାଗ
ସୌରମାସ- କୁମ୍ଭ ୧୭ ଦିନ ✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୧୧/୫୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୯/୦୨
*✧═════•❁❀
ଯୋଗିନୀ ଐଶାନ୍ୟେ ଦିବା ଘ୦୭/୩୬ ଗତେ ପୂର୍ବେ
ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର
ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ବିଛା,ଧନୁ ଓ ମୀନ ରାଶି ର ଘାତବାର
ଅଦ୍ୟ ଦିବା ଘ୦୨/୩୧ ଗତେ ଏକ ପାଦ ଓ ରାତ୍ରି ଘ୦୩/୩୩ ଗତେ ଦ୍ଵୀ ପୁଷ୍କର ଦୋଷ ନାସ୍ତି
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୯/୦୨ ଗତେ ଘ୧୧/୫୭ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୪୫ ମଧ୍ୟେ ଓ ଘ ୦୮/୩୨ ଗତେ ଘ୦୯/୦୧ ମଧ୍ୟେ ଓ ଘ୦୧/୨୦ ଗତେ ଘ୦୨/୫୭ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୦/୩୭ ଗତେ ଘ୧୧/୨୫ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ପାଣିକଖାରୁ ଭକ୍ଷଣ ନିଷେଧ

✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ । ବହୁଦିନରୁ ହଜି ଯାଇଥିବା ବା ଚୋରି ଯାଇଥିବା ଜିନିଷରହଠାତ୍‌ ଖୋଜ ଖବର ପାଇପାରନ୍ତି।*
✧═════•❁❀❁•═════
ବୃଷ
ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣର ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥ ଲାଭହେବ।*

✧═════•❁❀❁•═════
ମିଥୁନ
ଆଜି ପିଲାମାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ । ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତି ଚାପରେ ପଡ଼ି ଦୂରେଇଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ ।ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିଜମା ରେ ରହିଥିବା ସମସ୍ୟା ଦୂରୀଭୂତ ହୋଇଯିବ ।*

✧═════•❁❀❁•═════
କର୍କଟ
ଆଜି ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହେବା ଆଶଙ୍କା ରହିଛି। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି। ସଂଗଠନ ଓ ରାଜନୀତି କ୍ଷେତ୍ରରେ ଶୁଭଫଳ ପାଇବେ।*
✧═════•❁❀❁•═════
ସିଂହ
ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ। ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପାଇପାରନ୍ତି। କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ*,

✧═════•❁❀❁•═════
କନ୍ୟା
ଆଜି ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିିକ ସମସ୍ୟାର ସମାଧାନ ଘଟିବ, ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ।*
✧═════•❁❀❁•═════
ତୁଳା
ଆଜି ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍‌ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।*

✧═════•❁❀❁•═════
ବିଛା
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ ବ୍ୟବହାର କରିବା କଷ୍ଟକର ହେବ ସହ ବିଫଳ ହୋଇପାରନ୍ତି ।*

✧═════•❁❀❁•═════
ଧନୁ
ଆଜି ଆପଣଙ୍କୁ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷ ପରୋକ୍ଷ ଭାବେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ହରାଇପାରନ୍ତି।*

✧═════•❁❀❁•═════
ମକର
ଆଜି ଆକସ୍ମିକଭାବରେ ବନ୍ଧୁମାନଙ୍କ ସହ ଭ୍ରମଣ କରିପାରନ୍ତି । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍‌ ରହିବ। ବାଣିଜ୍ୟରେ ଆଶା କରୁଥିବା ଫଳ ପାଇବେନାହିଁ ।ବ୍ୟୟ ଅଧିକ ହେବ।*
✧═════•❁❀❁•═════

କୁମ୍ଭ
ପାରସ୍ପରିକ ମତଭେଦ କାରଣରୁ ଅଫିସରେ କାମଗୁଡ଼ିକ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ଅଘଟଣ ଘଟିପାରେ। ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ। ଅର୍ଥୀକକ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ।*
✧═════•❁❀❁•═════

ମୀନ
କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସତ୍‌ସଙ୍ଗ ପ୍ରତି ମନ ବଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ। ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking