34.1 C
Bhubaneswar
Thursday, April 10, 2025
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ମୃତ୍ୟୁ ପାଇଁ ଅନେକ ବାଟ ଅଛି ।*
କିନ୍ତୁ ଜନ୍ମ ପାଇଁ କେବଳ
ମାଆ
ଈଶ୍ବରଙ୍କ ଅନ୍ୟ ଏକ ପ୍ରତିରୂପ ନିଜ ପିତାମାତା ହିଁ ହୋଇଥାନ୍ତି, ଏମାନଙ୍କୁ କେବେବି ଅପମାନ ବା ଅସମ୍ମାନ କରନ୍ତୁ ନାହିଁ ।
“ବାପା – ମାଆ ”
ସେହି ଦେବତା ଅଟନ୍ତି ଯାହାଙ୍କ
ଝାଳର ଗୋଟିଏ ବୁନ୍ଦାର କରଜ ମଧ୍ୟ ସନ୍ତାନ ଜୀବନ ସାରା ସୁଝି ପାରେ ନାହିଁ ।

ମାଆ ବିନା ଘର ଅନ୍ଧାର
ବାପାଙ୍କ ବିନା ଦୁନିଆ ଅନ୍ଧାର,
ଜଣେ ଦେହ ତ ଜଣେ ଛାଇ
ଜଣେ ନିଶ୍ବାସ ତ ଜଣେ ପ୍ରଶ୍ବାସ

ବାପା ମାଆ ବିନା ଜୀବନ ଅନ୍ଧାର

ଲୋକ କୁହନ୍ତି ପଇସା ରଖ ଖରାପ Time ରେ କାମରେଆସିବ, କିନ୍ତୁ ପଇସା ବଦଳରେ ବାପା ମାଆଙ୍କୁ ସାଙ୍ଗରେ ରଖ ଖରାପ Time କେବେ ଆସିବ ନାହିଁ ।
ଫୁଲ ତାକୁ ଦିଅନ୍ତୁ ଯିଏ ସାଇତି ରଖିପାରିବେ….

ସମୟ ତାକୁ ଦିଅନ୍ତୁ ଯିଏ ଅପେକ୍ଷାର ମୂଲ୍ଯ ଜାଣିଥିବେ….

ଦୁଃଖ ତାକୁ ଦିଅନ୍ତୁ ଯିଏ ହସିବା ଜାଣିଥିବେ….

କିନ୍ତୁ

ମନ ତାକୁ ଦିଅନ୍ତୁ ଯିଏ “ଭାଙ୍ଗିବା ” ଜାଣିନଥିବେ….

ଜୟ ଶ୍ରୀ ଜଗନ୍ନାଥ ସରଣ

ଅଦ୍ୟ ଅପ୍ରେଲ ମାସ ୦୫ ତାରିଖ ୨୦୨୫ ମସିହା (ଶନିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଚୈତ୍ର ମାସ- ଶୁକ୍ଳପକ୍ଷ
ତିଥି- ଅଷ୍ଟମୀ ରାତ୍ରି ଘ୦୭/୪୫ ଗତେ ନବମୀ
ନକ୍ଷତ୍ର- ଆର୍ଦ୍ରା ଦିବା ଘ୦୬/୦୮ ଗତେ ପୁନର୍ବସୁ
ଚନ୍ଦ୍ର – ମିଥୁନ ରାତ୍ରି ଘ୧୨/୨୦ ଗତେ କର୍କଟ
ଯୋଗ- ଅତିଗଣ୍ଡ
କରଣ – ବିଷ୍ଟି
ସୌରମାସ- ମୀନ ୨୩ ଦିନ ✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୪୨/୦୭
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୯/୩୨
*✧═════•❁❀
ଯୋଗିନୀ ଐଶାନ୍ୟେ ରାତ୍ରି ଘ୦୭/୪୫ ଗତେ ପୂର୍ବେ
ବୃଷ,ସିଂହ ଓ କନ୍ୟା ରାଶିର ଘାତବାର
ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ଅଦ୍ୟ ମୃତେ ଏକପାଦ ଦିବା ଘ୦୬/୦୮ ଗତେ ଦ୍ଵୀପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା -ଦିବା ଘ୦୭/୧୦ ମଧ୍ୟେ ଓ ଦିବା ଘ୦୪/୨୫ ଗତେ ଘ୦୬/୦୦ ମଧ୍ୟେ
ବାରବେଳା- ଦିବା ଘ୦୧/୨୦ ଗତେ ଘ୦୨/୫୩ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା-ଦିବା ଘ୦୯/୩୮ ଗତେ ଘ୧୨/୫୦ ମଧ୍ୟେ ଓ ରାତ୍ରି ଘ୦୮/୨୨ ଗତେ ଘ୧୦/୫୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି ═✧══•❁❀❁•═════✧
ଅଦ୍ୟ ନଡ଼ିଆ ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ :
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*
✧═════•❁❀❁•═════
ବୃଷ :
ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
✧═════•❁❀❁•═════
ମିଥୁନ :
ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
✧═════•❁❀❁•═════
କର୍କଟ:
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।*
✧═════•❁❀❁•═════
ସିଂହ :
ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
✧═════•❁❀❁•═════
କନ୍ୟା:
ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।*
✧═════•❁❀❁•═════
ତୁଳା :
ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।*
✧═════•❁❀❁•═════
ବିଛା :
କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।*
✧═════•❁❀❁•═════
ଧନୁ :
ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।*

✧═════•❁❀❁•═════
ମକର :
ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।*
✧═════•❁❀❁•═════
କୁମ୍ଭ :
ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*
✧═════•❁❀❁•═════
ମୀନ :
କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking