23.1 C
Bhubaneswar
Sunday, December 21, 2025
Homeଓଡିଶା" ଆଜିର ସୁବିଚାର "

” ଆଜିର ସୁବିଚାର “

“ଜୀବନରେ ଉଚ୍ଚତା ବଢ଼ିବାବେଳେ ଲୋକମାନଙ୍କୁ ଭଲ ବ୍ୟବହାର କର,ଯଦି ତୁମେ କେବେ ଓହ୍ଲାଇବ, ତୁମକୁ ଏହି ଲୋକଙ୍କ ସାମ୍ନା କରିବାକୁ ପଡିବ !!”*

ଜଣେ ସୃଜନଶୀଳ ବ୍ୟକ୍ତି ଅନ୍ୟକୁ ହରାଇବା ପରିବର୍ତ୍ତେ କିଛି ପାଇବାକୁ ଇଚ୍ଛା ଦ୍ୱାରା ପ୍ରେରିତ” !!*

“ସ୍ୱାଧୀନତା ଏବଂ ଭାଗ୍ୟ ଏକତ୍ର ହୋଇପାରିବ ନାହିଁ; ସେମାନେ ପରସ୍ପରର ବିପରୀତ” !!*

“ପ୍ରକୃତ ପ୍ରୟାସ କେବେ ନିଷ୍ଫଳ ହୁଏ ନାହିଁ” !!*

“ମୂର୍ଖମାନଙ୍କର ଅଭିଧାନରେ ଅସମ୍ଭବ ଶବ୍ଦ ମିଳିଥାଏ” !!
.ଅତୀତ ହେଉଛି କେବଳ ଏକ ସ୍ମୃତି….

ଯାହାକୁ ମନେ ପକାଇଲେ ବର୍ତ୍ତମାନ ଆଉ ଭବିଷ୍ୟତ ମଧ୍ୟ ନଷ୍ଟ ହେବାର ସମ୍ଭାବନା ଥାଏ….

ଅଦ୍ୟ ଅପ୍ରେଲ ମାସ ୧୧ ତାରିଖ ୨୦୨୫ ମସିହା (ଶୁକ୍ରବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଚୈତ୍ର ମାସ- ଶୁକ୍ଳପକ୍ଷ
ତିଥି- ଚତୁର୍ଦ୍ଦଶୀ ରାତ୍ରି ଘ୦୩/୧୩ ଗତେ ପୂର୍ଣ୍ଣିମା
ନକ୍ଷତ୍ର- ଉତ୍ତରା ଫା ଦିବା ଘ୦୩/୪୭ ଗତେ ହସ୍ତା
ଚନ୍ଦ୍ର – କନ୍ୟା
ଯୋଗ- ଧ୍ରୁବ
କରଣ – ଗର
ସୌରମାସ- ମୀନ ୨୯ ଦିନ ✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୭/୧୨
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୦/୫୯
*✧═════•❁❀
ଯୋଗିନୀ ପଶ୍ଚିମେ ରାତ୍ରି ଘ୦୩/୧୩ ଗତେ ବାୟବ୍ୟେ
ବୃଷ ରାଶିର ଘାତ ଚନ୍ଦ୍ର
ବିଛା,ଧନୁ ଓ ମୀନ ରାଶିର ଘାତବାର
ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ଅଦ୍ୟ ମୃତେ ଦିବା ଘ୦୩/୪୭ ମଧେ ଏକପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୮/୪୦ ଗତେ ସନ୍ଧ୍ୟା ଘ୧୧/୪୫ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୦୯ ମଧ୍ୟେ ଓ ଘ୦୭/୫୬ ଗତେ ଘ୦୮/୪୦ ମଧ୍ୟେ ଓ ଘ୧୨/୪୪ ଗତେ ଘ୦୨/୨୧ ମଧ୍ୟେ ଓ ଘ୦୫/୧୩ ଗତେ ଘ୦୬/୦୮ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୦/୫୧ ଗତେ ଘ୧୧/୪୦ ମଧ୍ୟେ ═✧*══•❁❀❁•═════✧
ଅଦ୍ୟ ବିରି ଭକ୍ଷଣ ନିଷେଧ

✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ:
ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।*
✧═════•❁❀❁•═════
ବୃଷ:
ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।*
✧═════•❁❀❁•═════
ମିଥୁନ:
ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।*
✧═════•❁❀❁•═════
କର୍କଟ:
ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।*
✧═════•❁❀❁•═════
ସି˚ହ:
ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।*
✧═════•❁❀❁•═════
କନ୍ୟା:
ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।*
✧═════•❁❀❁•═════
ତୁଳା:
ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।*
✧═════•❁❀❁•═════
ବିଛା:
ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ।*
✧═════•❁❀❁•═════
ଧନୁ:
ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।*
✧═════•❁❀❁•═════
ମକର:
ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ* ।
✧═════•❁❀❁•═════
କୁମ୍ଭ:
ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।*
✧═════•❁❀❁•═════
ମୀନ:
ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking